ବଜାରରେ ରେନୋର ଅଲ୍‌ ନ୍ୟୁ କାଇଗର

ଭୁବନେଶ୍ୱର,୧୦।୯(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ୍ସ କମ୍ପାନୀ ରେନଲ୍‌ଟ (ରେନୋ) ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିିତ ଅଲ୍‌ ନ୍ୟୁ କାଇଗର (ଅର୍ବାନ ନାଇଟ ଲିମିଟେଡ ଏଡିଶନ)ର ସର୍ବଭାରତୟ ଉନ୍ମୋଚନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ସୁପର ସେଲ୍ସ ରେନଲ୍‌ଟ ଭୁବନେଶ୍ୱର ନର୍ଥ (ସୁପର ସେଲ୍ସ ଅଟୋମୋବାଇଲ୍ସ ପ୍ରାଇଭେଟ ଲିମିଟେଡ)ର ପାହାଳ ଭୁବନେଶ୍ୱର ପକ୍ଷରୁ ଶନିବାର ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଭାରତୀୟ ଷ୍ଟେଟ ବ୍ୟାଙ୍କର ଆର.ଏମ., କଟକ ସୁବାସ ଚନ୍ଦ୍ର ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୁପର ସେଲ୍ସ ଅଟୋମୋବାଇଲ୍ସ ପ୍ରାଇଭେଟ ଲିମିଟେଡ୍‌ର ନିର୍ଦ୍ଦେଶକ ଆଦର୍ଶ ଧାଓ୍ବନ, ଜିଏମ୍‌ ବିଭୂତି ଭୂୟାଁଙ୍କ ସମେତ ଶୋ’ରୁମ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷ କରି ରେନୋର ଉକ୍ତ ମଡେଲରେ ଅନେକଗୁଡ଼ିଏ ଆଧୁନିକ ବୈଶିଷ୍ଟ୍ୟ ସାଙ୍ଗକୁ କେତେକ ଅତ୍ୟାଧୁନିକ ସୁବିଧା ଓ ଫିଚରକୁ ନୂତନ ଭାବେ ସାମିଲ କରାଇଛି। ଏପରି କି ୩ଟି ଭାରିଆଣ୍ଟ ଆର୍‌ଏକ୍ସଜେଡ୍‌ ପେଟ୍ରୋଲ ଏମ୍‌ଟି୧.୦ ଏଲ ଇସିଇବିଏସ୬.୨ଏଲଇ, ଆରଏକ୍ସଜେଡ୍‌ ପେଟ୍ରୋଲ ଏମଟି୧.୦ ଏଲ ଟ୍ୟୁବ୍ରୋ ବିଏସ୬.୨ଏଲଇ, ଆର୍‌ଏକ୍ସଜେଡ୍‌ ପେଟ୍ରୋଲ ଏକ୍ସ -ଟ୍ରୋନିକ ୧.୦ ଏଲ ଟ୍ୟୁବ୍ରୋ ବିଏସ୬.୨ଏଲଇରେ ଅଲ ନ୍ୟୁ କାଇଗର ଆକର୍ଷଣୀୟ ବ୍ଲାକ କଲରରେ ଉପଲବ୍ଧ। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ କାଇଗର (ଅର୍ବାନ ନାଇଟ ଲିମିଟେଡ ଏଡିଶନ)ର ବଜାର ମୂଲ୍ୟ (ଏକ୍ସ ଶୋ’ରୁମ ମୂଲ୍ୟ) ଯଥାକ୍ରମେ ୮,୯୪,୯୮୯ ଟଙ୍କା, ୧୦,୧୪,୯୮୯ ଟଙ୍କା ଏବଂ ୧୧,୧୪,୮୯୮ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri