ବିପଦ ସଙ୍କୁଳ ଅବସ୍ଥାରେ ହରିଅଙ୍କ ଅଙ୍ଗନଓ୍ବାଡି କେନ୍ଦ୍ର

ଡେରାବିଶ,୧୦ା୯ (ବେବର୍ତ୍ତା ଅଜୟ ଦାସ)ତିନି ତିନି ବର୍ଷରୁ ୬ ବର୍ଷ ଯାଏ ଶିଶୁଙ୍କ ମାନସିକ ଓ ଶାରିରୀକ ଅଭିବୃଦ୍ଧି ନିମନ୍ତେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ସମନ୍ବିତ ବିକାଶ ବିଭାଗ ପକ୍ଷରୁ ଅଙ୍ଗନୱାଡି କେନ୍ଦ୍ରରେ ସେମାନଙ୍କୁ ବିଭିନ୍ନ ଖେଳ କୌତୁକ ଶିକ୍ଷା ପ୍ରଦାନ କରାଯାଉଛି। ମାତ୍ର କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ ଅଧୀନ ହରିଅଙ୍କ (ଜେନାସାହି) ଗ୍ରାମରେ ଏକ ଅଙ୍ଗନୱାଡି କେନ୍ଦ୍ର ରହିଛି। ଏହି କେନ୍ଦ୍ରରେ ଗ୍ରାମର ୧୩ ନଂ. ଓ ୧୫ନଂ. ୱାର୍ଡର ସମୂଦାୟ ୩୦ ଜଣ କୋମଳମତି ଶିଶୁ ଅଧ୍ୟୟନ କରୁଛନ୍ତି। କେନ୍ଦ୍ରର ସ୍ଥାୟୀ ଗୃହ ନ ଥିବାରୁ ଗ୍ରାମରେ ଥିବା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ କେନ୍ଦ୍ର ଚାଲୁଛି। ଏହି ପ୍ରାଥମିକ ବିଦ୍ୟାଳୟଟିରେ କମ୍‌ ସଂଖ୍ୟକ ଛାତ୍ରୀଛାତ୍ର ଥିବାରୁ ଅନ୍ୟ ବିଦ୍ୟାଳୟ ସହ ମର୍ଜ ହୋଇଯାଇଛି। ଖାଲି ପଡ଼ିଥିବା ଏହି ବିଦ୍ୟାଳୟ ଗୃହଟି ବିପଦ ସଙ୍କୁଳ ଅବସ୍ଥାରେ ପଡ଼ି ରହିଛି। ତେବେ ବିଦ୍ୟାଳୟ ଗୃହରେ ପଡ଼ିଥିବା ଆଜବେଷ୍ଟସ ବହୁ ପୁରୁଣା ହୋଇଥିବାରୁ ତାହା ଭାଙ୍ଗିରୁଜି ଗଲାଣି। ଗୃହର କାନ୍ଥରେ ବହୁ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ବର୍ଷା ହେଲେ ଘର ଭିତରେ ପାଣି ଜମିବା ସହ ସାପ ଓ ବେଙ୍ଗ ଭିତରେ ଖେଳିଥାନ୍ତି। ଏଭଳି ଏକ ବିପଦ ସଙ୍କୁଳ ଗୃହରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର। କିଛିଦିନ ହେବ ଲଗାଣ ବର୍ଷା ପାଇଁ ଏହି କେନ୍ଦ୍ରରେ ଶିଶୁମାନଙ୍କୁ ଶିକ୍ଷାଦାନ କରିବା ସୁରକ୍ଷିତ ହେଉ ନ ଥିବାରୁ ସାମାଜିକ କର୍ମୀ ସୁଖଦାନନ୍ଦ ପ୍ରଧାନ ବ୍ୟକ୍ତିଗତ ଭାବେ ଏକ ପାଲ ଭଙ୍ଗା ଆଜବେଷ୍ଟସ ଉପରେ ପକାଇଛନ୍ତି। ଏହି ବିଷୟରେ ହରିଅଙ୍କ ସରପଞ୍ଚ କନକଲତା ପ୍ରଧାନଙ୍କୁ ପଚାରିବାରୁ ଏହି କେନ୍ଦ୍ର ପାଇଁ ଏକ ସ୍ଥାୟୀ ଗୃହ ନିର୍ମାଣ କରିବା ପାଇଁ ଡେରାବିଶ ସିଡିପିଓ ଓ ବିଡିଓଙ୍କୁ ବାରମ୍ବାର ଲିଖିତ ଭାବେ ଜଣାଇଛି। ମାତ୍ର ଏହି ଦିଗରେ କୌଣସି ପଦକ୍ଷେପ ନିଆଯାଇନାହିଁ। ତୁରନ୍ତ ଏହି କେନ୍ଦ୍ରର ସ୍ଥାୟୀ ପକ୍କା ଗୃହ ନିର୍ମାଣ ପାଇଁ ପ୍ରଧାନ ବ୍ଲକ ପ୍ରଶାସନ ନିକଟରେ ଦାବି ଜଣାଇଛନ୍ତି। ସିଡିପିଓ ସ୍ନେହଲତା ସାହୁଙ୍କୁ ପଚାରିବାରୁ କେନ୍ଦ୍ରର ସ୍ଥାୟୀ ଘର ପାଇଁ ସରପଞ୍ଚଙ୍କ ଦାୟିତ୍ୱ ରହିଛି। ତାଙ୍କର ନୁହେଁ ବୋଲି ସାହୁ କହିଛନ୍ତି। ତେବେ ଖୁବ୍‌ଶୀଘ୍ର ଏହି କେନ୍ଦ୍ରର ଅବସ୍ଥା ପରିଦର୍ଶନ କରିବା ପରେ ଯାହା କିଛି ପଦକ୍ଷେପ ନେବେ ବୋଲି ସିଡିପିଓ ସାହୁ କହିଛନ୍ତି। ଏ ସମ୍ପର୍କରେ ବିଡିଓ ଦାଶରଥି ଜେନାଙ୍କୁ ପଚାରିବାରେ ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚଙ୍କ ସହ ଆଲୋଚନା କରିବା ପରେ ଖୁବ୍‌ଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାୟୀ ଗୃହ ନିର୍ମାଣ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri