ମନା ସତ୍ତ୍ୱେ ଟ୍ରେକରରେ ଯାତ୍ରୀ ପରିବହନ

ପଟ୍ଟାମୁଣ୍ଡାଇ,୧୦ା୯(କଳ୍ପତରୁ ନାୟକ)ପୁରୁଣା ଗାଡ଼ିରୁ ବାହାରୁଥିବା ଧୂଅଁା ଯୋଗୁ ପରିବେଶ ପ୍ରଦୂଷଣ ହେଉଥିବାରୁ ୧୫ ବର୍ଷରୁ ଅଧିକ ସମୟର ଗାଡ଼ିକୁ ରାସ୍ତାରୁ ହଟାଇ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ରାଜ୍ୟରେ ଏଣିକି ୧୫ ବର୍ଷ ପୁରୁଣା ଗାଡ଼ିକୁ ସ୍କ୍ରାପିଂ କରାଯାଉଛି। ଏଥିନେଇ ଟାଟା ମୋଟର୍ସ ସହଯୋଗରେ ଖୋର୍ଦ୍ଧାରେ ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡ଼ି କିଣିବା ପାଇଁ ପ୍ରୋତ୍ସାହନ ରାଶି ଦିଆଯିବାର ବ୍ୟବସ୍ଥା ରହିଛି। ମାତ୍ର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବହୁ ପୁରୁଣା ଟ୍ରେକରରେ ଯାତ୍ରୀ ପରିବହନ ହେଉଛି। ରାସ୍ତାରେ ଗଡୁଥିବା ଟ୍ରେକରଗୁଡ଼ିକ ବିନା କାଗଜପତ୍ରରେ ଚାଲୁଥିବା ଅଭିଯୋଗ ହେଉଛି। ଟ୍ରେକରରେ ଯାତାୟାତ କରୁଥିବା ଯାତ୍ରୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଉନାହିଁ। ଗାଡ଼ିଗୁଡିକ ବେଆଇନ ଭାବେ ଯାତାୟାତ କରୁଥିବାରୁ ସରକାରୀ ତହବିଲକୁ କର ଆକାରରେ ଟଙ୍କାଟିଏ ମଧ୍ୟ ଆସି ପାରୁନାହିଁ। ଏସବୁ ଘଟଣା ସ୍ପଷ୍ଟ ଦିବାଲୋକରେ ଚାଲୁଥିଲେ ସୁଦ୍ଧା ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ରାଜ୍ୟ ସଡ଼କ ପରିବହନ ବିଭାଗର ଅଧିକାରୀମାନେ ସବୁ ଜାଣି ଚୁପ୍‌ ରହୁଥିବା ଦେଖାଯାଉଛି। ଅଧିକାରୀମାନଙ୍କ ନୀରବତା ଯୋଗୁ ଟ୍ରେକର ମାଲିକ ଓ ଚାଳକମାନେ ବେଧଡ଼କ ଭାବେ ବିପଦପୂର୍ଣ୍ଣ ଭାବେ ଆବଶ୍ୟକଠାରୁ ଅଧିକ ଯାତ୍ରୀ ପରିବହନ କରୁଥିବା ଲକ୍ଷ୍ୟ କରାଯାଉଛି। ପଟ୍ଟାମୁଣ୍ଡାଇ ସହରର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳ ଡ. ଆମ୍ବେଡକର ଛକରେ ଏକ ଷ୍ଟାଣ୍ଡ ରହିଛି। ବିଗତ ବର୍ଷଗୁଡ଼ିକରେ ଅଣ୍ଢରା, କାଇପଡ଼ା, ଆଳି, ରାଜନଗର ଆଦି ସ୍ଥାନକୁ ଯାତାୟାତ କରିବାକୁ ଯାତ୍ରୀମାନେ ଛୋଟଛୋଟ ଗାଡ଼ିଗୁଡ଼ିକ ଉପରେ ନିର୍ଭର କରୁଥିଲେ। ବିଶେଷକରି ଟ୍ରେକରଗୁଡ଼ିକ ଯାତ୍ରୀ ପରିବହନ କରିବାରେ ବ୍ୟବହାର ହେଉଥିଲା। ସମୟ ବଦଳିବା ସହ ଏହି ଗାଡ଼ିଗୁଡ଼ିକର ଆବଶ୍ୟକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଟ୍ରେକରଗୁଡ଼ିକର ନିର୍ମାଣକାରୀ ସଂସ୍ଥା ବନ୍ଦ ହୋଇଯିବା ଫଳରେ ଏହାର ଯନ୍ତ୍ରାଂଶ ବଜାରରେ ଉପଲବ୍ଧ ହେଉନାହିଁ। ଫଳରେ ମାଲିକମାନେ କବାଡ଼ିଆ ଦୋକାନରୁ ପୁରୁଣା ଓ ଅନ୍ୟ କମ୍ପାନୀର ଯନ୍ତ୍ରାଂଶ ଲଗାଇ ଗାଡ଼ି ମରାମତି କରି କାମ ଚଳାଉଛନ୍ତି। ଏସବୁ ମରାମତି କାର୍ଯ୍ୟକୁ ମୋଟର ଭେଇକିଲ ଇନ୍ସପେକ୍ଟରଙ୍କ ଅନୁମତି ମିଳୁନାହିଁ। ଫଳରେ ପରିବହନ ବିଭାଗ ପକ୍ଷରୁ ରାସ୍ତାରେ ଗାଡ଼ି ଚଳାଇବା ପାଇଁ ଅନୁମତି ମଧ୍ୟ ଦିଆଯାଉନାହିଁ। ଏହାଛଡ଼ା ଗାଡ଼ିର ଦୁଇ ପାଶର୍‌ବ ଖୋଲା ରହୁଛି। ଯାହାକି ଯାତ୍ରୀମାନଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଗାଡ଼ିଗୁଡିକୁ ରାସ୍ତାରେ ଚାଲିବା ଅନୁମତି ମିଳୁ ନ ଥିବାରୁ ମାଲିକମାନେ ଦୀର୍ଘଦିନ ହେବ ରାସ୍ତାକର, ଇନ୍ସୁରାନ୍ସ, ଜିଏସ୍‌ଟି ଆଦି ସରକାରଙ୍କୁ ପ୍ରଦାନ କରୁନାହାନ୍ତି। ୨୦୧୫-୧୬ରେ ସରକାର ଟ୍ରେକରଗୁଡ଼ିକୁ ଅନୁମତି ନ ଦେବା ପାଇଁ ପରିବହନ ବିଭାଗକୁ ଜଣାଇଥିଲେ। ବାରଣ ସତ୍ତ୍ୱେ ବି ଟ୍ରେକରଗୁଡିକ ରାସ୍ତାରେ ଗଡୁଛି। ଅଧିକାଂଶ ଟ୍ରେକର ପଟ୍ଟାମୁଣ୍ଡାଇରୁ କେନ୍ଦ୍ରାପଡ଼ା, ରାଜନଗର, ଆଳି ଆଦି ଅଞ୍ଚଳକୁ ଯାଉଛି। ଯାତ୍ରୀମାନେ ଟ୍ରେକର ପଛରେ ଓହଳି ଅସୁରକ୍ଷିତ ଭାବେ ଯାତାୟାତ କରୁଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ପରିବହନ ଅଧିକାରୀ ଧୀରେନ୍ଦ୍ର କୁମାର ନାୟକଙ୍କୁ ପଚାରିବାରୁ ଏଭଳି ଘଟଣା ତାଙ୍କ ନଜରକୁ ଆସିନାହିଁ। ସେ ଘଟଣାସ୍ଥଳ ପରିଦର୍ଶନ ଯିବେ। ବାସ୍ତବସ୍ଥିତି ପରଖିବା ପରେ ଯାହାକିଛି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri