ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ

ପୁରୀ,୧୦।୯ (ଅଜିତ୍‌ ମହାନ୍ତି): ରବିବାର ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ। ଶନିବାର ମହାପ୍ରଭୁଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘାଶୁର ବଧ ନିତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ। ରବିବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଶ୍ରୀଜିଉମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ଼ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ । ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାରରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢି ମହାପ୍ରଭୁ ଦକ୍ଷିଣୀ ଘରକୁ ବିଜେ କରାଯିବ । ସେହିପରି ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri