Odisha Elections 2024

ଉତ୍ତରାଖଣ୍ଡ ସିଏମ୍‌ଆର୍‌ଏଫ୍‌କୁ ୨୫କୋଟିର ସହାୟତା

ଭୁବନେଶ୍ୱର,୧୧।୯: ବିଗତ କିଛି ମାସ ହେଲା ଉତ୍ତରାଖଣ୍ଡରେ ବନ୍ୟା ଓ ଭୂସ୍ଖଳନ ଯୋଗୁ ବ୍ୟାପକ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଛି। ଏପରିକି ଉତ୍ତରାଖଣ୍ଡ ସରକାର ରାଜ୍ୟବାସୀଙ୍କ ସହ ଛିଡା ହୋଇଥିବାବେଳେ ଦେଶର ବିଭିନ୍ନ ଅନୁଷ୍ଠାନ ମଧ୍ୟ ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ (ଆର୍‌ଆଇଏଲ୍‌) ଉତ୍ତରାଖଣ୍ଡ ସରକାରଙ୍କ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସଏମ୍‌ଆର୍‌ଏଫ୍‌କୁ ପ୍ରାୟ ୨୫ କୋଟି ଟଙ୍କାର ସହାୟତା ରାଶି ଆରଆଇଏଲ ପକ୍ଷରୁ ଦିଆଯାଇଛି।

ବିଶେଷ କରି ଚଳିତ ବର୍ଷ ବନ୍ୟାରେ ପ୍ରଭାବିତ ଜନଜୀବନ ସହିତ ପୁନର୍ନିର୍ମାଣ କାର୍ଯ୍ୟ କରିବାରେ ସହାୟକ ହେବ ବୋଲି ଆରଆଇଏଲ ପକ୍ଷରୁ କୁହାଯାଇଛି। ସେହିଭଳି ଉତ୍ତରାଖଣ୍ଡ ଲୋକଙ୍କ ସହ ଆମେ ଦୀର୍ଘ ଦିନରୁ ସମ୍ପର୍କ ରକ୍ଷା ସହ ବିଭିନ୍ନ ଅସମୟରେ ମଧ୍ୟ ଛିଡା ହୋଇଛୁ। ଏପରିକି ଉତ୍ତରାଖଣ୍ଡ ସହ ଆମର ସଙ୍ଗଠନର ଅର୍ଥ, ରାଜ୍ୟର କଲ୍ୟାଣ ପାଇଁ ଏକ ଅର୍ଥପୂର୍ଣ୍ଣ ଅବଦାନ କାର୍ଯ୍ୟ କରୁଛୁ। ସେହିପରି ଉତ୍ତରାଖଣ୍ଡର ବିକାଶମୂଳକ ପଦକ୍ଷେପ ପାଇଁ ଆମେ ମଧ୍ୟ ସହଯୋଗ ଜାରି ରଖିଛୁ ବୋଲି ଅନନ୍ତ ଅମ୍ବାନୀ ମତପ୍ରକାଶ କରିଛନ୍ତି।

ଉଲ୍ଲେଖଯୋଗ୍ୟ ୨୦୨୩ ଜୁଲାଇ ଏବଂ ଅଗଷ୍ଟରେ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା, ବନ୍ୟା ଓ ଭୂସ୍ଖଳନ ଯୋଗୁ ବ୍ୟାପକ ଜନ ଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ...

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।...

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ...

ବିଓଏମ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍‌ ଅଫ ମହାରାଷ୍ଟ୍ର (ବିଓଏମ୍‌)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍‌ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ...

ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ...

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ

ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ​​ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri