ଆଜି ପହଞ୍ଚିବେ ନାକ୍‌ ଟିମ୍‌

ବାଲେଶ୍ୱର,୧୨।୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡିଟେଶନ କାଉନସିଲ (ନାକ୍‌) ପିୟର ଟିମ୍‌ ପହଞ୍ଚିବେ। ବିଶ୍ୱବିଦ୍ୟାଳୟରେ ଶୈକ୍ଷିକ ବାତାବରଣ ତଥା ଶୈକ୍ଷିକ ଗୁଣବତ୍ତାକୁ ନାକ୍‌ ତରଫରୁ ଏକ ୬ ଜଣିଆ ପ୍ରତିନିଧି ଦଳ ମୂଲ୍ୟାୟନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସମସ୍ତ ପ୍ରକାର ପ୍ରାକ୍‌ ପ୍ରସ୍ତୁତି ସରିଥିବା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଏକ ପ୍ରେସ୍‌ ବିବୃତିରେ ସୂଚନା ଦେଇଛନ୍ତି।
ପ୍ରକାଶଯୋଗ୍ୟ, ଚଳିତବର୍ଷ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ସେକେଣ୍ଡ ସାଇକେଲ ନାକ୍‌ ପରିଦର୍ଶନର ଆୟୋଜନ କରାଯାଇଛି। ଏହି ପର୍ଯ୍ୟାୟରେ, ୨୦୧୬ରେ ବିଶ୍ୱବିଦ୍ୟାଳୟରେ ଫାଷ୍ଟ ସାଇକେଲ ନାକ୍‌ ପରିଦର୍ଶନର ଆୟୋଜନ କରାଯାଇଥିଲା। ସେପ୍ଟେମ୍ବର ୧୨ରୁ ୧୪ ତିନି ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ନାକ୍‌ ପିୟର ଟିମ୍‌ ସଦସ୍ୟମାନଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟ ପକ୍ଷରୁ ଦାଖଲ କରାଯାଇଥିବା ସେଲ୍ଟ ଷ୍ଟଡ଼ି ରିପୋର୍ଟରେ ଉଲ୍ଲେଖ ଥିବା ଗୁଣାତ୍ମକମାନର ଯାଞ୍ଚ କରାଯିବା ସହ ଏହାର ସତ୍ୟାସତ୍ୟ ଆକଳନ କରାଯିବ ଓ ଏହି ଅନୁକ୍ରମରେ ମୂଲ୍ୟାୟନ କରାଯିବ। ଏହି ପରିପ୍ରେକ୍ଷୀରେ ନାକ୍‌ ପିୟର ଟିମ୍‌ ବିଶ୍ୱବିଦ୍ୟାଳୟରେ ଥିବା ବିଭିନ୍ନ ବିଭାଗ ସମୂହ ପରିଦର୍ଶନ କରିବା ସହ, ବିଶ୍ୱବିଦ୍ୟାଳୟର କୁଳପତି, କୁଳସଚିବ, ବିତ୍ତ ନିୟନ୍ତ୍ରକ, ପରୀକ୍ଷା ନିୟନ୍ତ୍ରକ, ବିଶ୍ୱବିଦ୍ୟାଳୟର ଇଣ୍ଟରନାଲ କ୍ୱାଲିଟି ଆସ୍ୟୁରେନ୍ସ ସେଲର ନିର୍ଦ୍ଦେଶକ, କଲେଜ ଡେଭଲପମେଣ୍ଟ କାଉନସିଲର ନିର୍ଦ୍ଦେଶକ, ଛାତ୍ର କଲ୍ୟାଣ ନିର୍ଦ୍ଦେଶକ ତଥା ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷଙ୍କ ସହ ଆଲୋଚନା କରିବେ। ଏଥିସହିତ ନାକ୍‌ର ପ୍ରତିନିଧିମାନେ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ର, ପ୍ରାକ୍ତନ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, ଅଣଶିକ୍ଷକ କର୍ମଚାରୀମାନଙ୍କ ସହ ସାକ୍ଷାତ ଆଲୋଚନା କରିବେ। ନାକ୍‌ ଟିମ୍‌ର ପ୍ରତିନିଧିମାନେ ବିଶ୍ୱବିଦ୍ୟାଳୟରେ ଗଢ଼ି ଉଠିଥିବା ବିଭିନ୍ନ ଅନ୍ତଃନିର୍ମାଣ କାର୍ଯ୍ୟର ସମୀକ୍ଷା କରିବା ସହ ଏହାର ଗୁଣବତ୍ତା ମୂଲ୍ୟାୟନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri