Odisha Elections 2024

ଚାଷଜମିରେ ପାଣି, ଫସଲ ନଷ୍ଟ ଆଶଙ୍କା

ପାପଡ଼ାହାଣ୍ଡି/ମଇଦଲପୁର,୧୪।୯(ସ୍ବପ୍ନଜିତ ପଟ୍ଟନାୟକ/ ସଦାଶିବ ଦାସ)ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ଘି ଖଣ୍ଡି ନିକଟ ପୋଲ ଉପରେ ପାଣି ଆସିବା ଯୋଗୁ ମଇଦଲପୁରରୁ ମାଝିଗୁଡ଼ା, ସାନବାର୍ଲି ଓ ଝରିଗାଁ ବ୍ଲକକୁ ଯାନବାହନ ଚଳାଚଳ ବନ୍ଦ ରହିଛି। ମାଝିଗୁଡ଼ାରେ କେତେକ ଘରେ ପାଣି ପଶିଯାଇଥିବା ସୂଚନା ମିଳିଛି।
ଧାନଜମିରେ ପାଣି ମାଡ଼ିଯିବା ଯୋଗୁ ଶହ ଶହ ଏକର ଫସଲ ନଷ୍ଟ ହୋଇଯାଇଛି। ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଗତ ୨ ଦିନ ଧରି ପାପଡ଼ାହାଣ୍ଡି ବ୍ଲକରେ ଲଘୁଚାପଜନିତ ଲଗାଣ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଲୋକଙ୍କୁ ଘରୁ ବାହାରିବା ମୁସ୍କିଲ ହୋଇପଡିଛି। ବ୍ଲକର ମଇଦଲପୁର, ମାଝିଗୁଡ଼ା ପଞ୍ଚାୟତରେ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ସାରେ ଘି ଖଣ୍ଡି ପୋଲ ଉପରେ ପାଣି ଆସିଯିବା ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ସେହିପରି କଳା ଭାଟିଗୁଡା ଓ କାକଡି ଆମ ପୋଲ ତଳେ ପାଣି ଚାଲୁଛି। ରାତି ତମାମ ବର୍ଷା ହେଲେ ପୋଲ ଉପରେ ପାଣି ଆଶଙ୍କା ଦେଖାଦେଇଛି। ପ୍ରଥମେ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାମ ବିଳମ୍ବ ହୋଇଥିଲା। କିନ୍ତୁ ପରେ ଚାଷ କାମ ଆଗେଇଥିବା ବେଳେ ଏହି ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଦେଇଛି। ଧାନଫୁଲ ଦେଇ ଆସିବା ବେଳକୁ ବର୍ଷା ଧୋଇଦେଇଥିବାରୁ ଚାଷି ମୁଣ୍ଡରେ ହାତ ଦେଇ ବସିଛନ୍ତି। ପ୍ରଶାସନ ପକ୍ଷରୁ ଶୀଘ୍ର କ୍ଷୟକ୍ଷତି ଆକଳନ କରି ସହାୟତା ପ୍ରଦାନ କରିବାକୁ ଲୋକେ ନିବେଦନ କରିଛନ୍ତି। ।


Enter your email to get our daily news in your inbox.

All Right Reserved By Dharitri.Com

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri