ପ୍ରାଥମିକ ଶିକ୍ଷକ ସଂଘ ଦି’ ଫାଳ: ଗୋଟିଏ ଗୋଷ୍ଠୀ ଆନ୍ଦୋଳନରେ, ଅନ୍ୟ ଗୋଷ୍ଠୀ ପଢାଉଛନ୍ତି ପାଠ

ପୁରୁଷୋତ୍ତମପୁର,୧୪।୯(ସୀମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ପ୍ରାଥମିକ ଶିକ୍ଷକ ସଂଘ ଦୁଇ ଫାଳ ହୋଇପଡ଼ିଛି। ଯାହାକି ଶିକ୍ଷକଙ୍କ ଗୋଷ୍ଠୀକନ୍ଦଳ ପଦାରେ ପଡ଼ି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରାଥମିକ ଶିକ୍ଷକମାନେ ଏକତ୍ରିତ ହୋଇ ଦାବି ପୂରଣ ନେଇ ବିଦ୍ୟାଳୟରେ ତାଲା ପକାଇ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରୁଛନ୍ତି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଗୁରୁବାରଠାରୁ ଶିକ୍ଷୟିତ୍ରୀ, ଶିକ୍ଷକମାନେ ସମୁହ ଛୁଟିରେ ରହି ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଫଳରେ ପୁରୁଷୋତ୍ତମପୁର ବ୍ଲକରେ ଥିବା ୧୩୭ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟରୁ ଅଧିକାଂଶ ବିଦ୍ୟାଳୟରେ ତାଲା ଝୁଲୁଛି। ଏପରିକି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଶିକ୍ଷୟିତ୍ରୀ, ଶିକ୍ଷକମାନେ ମଧ୍ୟ ତାଲା ପକାଇ ଆନ୍ଦୋଳନକୁ ଜୋରଦାର କରିଛନ୍ତି।

ହେଲେ କେତେକ ଶିକ୍ଷକ ଆନ୍ଦୋଳନକୁ ସମର୍ଥନ ନ କରି କାର୍ଯ୍ୟରେ ଯୋଗଦେଇଥିବା ଜଣାପଡିଛି। ଫଳରେ ଭୂତସରସିଙ୍ଗି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମେତ ହାତଗଣତି କିଛି ବିଦ୍ୟାଳୟ ଖୋଲା ରହିଛି। ଫଳରେ ଶିକ୍ଷକ ସଂଘ ଦୁଇ ଫାଳ ହୋଇପଡିଥିବା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

ଏଭଳି ସ୍ଥିତିରେ କାର୍ଯ୍ୟରେ ଯୋଗଦେଇଥିବା କିଛି ଶିକ୍ଷକ କହିଛନ୍ତି ଯେ, ସେମାନେ ପୁରଣା ପେନସନ ଯୋଜନାରେ ରହିଛନ୍ତି। ଏହି ଆନ୍ଦୋଳନରେ ସେମାନଙ୍କ କିଛି ଲାଭ ନାହିଁ। ତେଣୁ ଆନ୍ଦୋଳନରେ ସାମିଲ ନ ହୋଇ ପିଲାଙ୍କ ଭବିଷ୍ୟତକୁ ଗୁରୁତ୍ୱ ଦେଇ ବିଦ୍ୟାଳୟ ଖୋଲି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରୁଥିବା କହିଛନ୍ତି। ବ୍ଲକରେ କାର୍ଯ୍ୟରତ ଥିବା ୫ଶହରୁ ଊର୍ଦ୍ଧ୍ୱ ଶିକ୍ଷକ ଶିକ୍ଷୟିତ୍ରୀ ଭୋକ ଉପାସରେ ଧାରଣାରେ ବସିଥିବା ବେଳେ କିଛି ଶିକ୍ଷକ ଆନ୍ଦୋଳନକୁ ବିରୋଧ କରୁଥିବାରୁ ଅଭିଯୋଗ କରି ସେମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri