ପାଇପ୍‌ ବିଛାଇବା ନାଁରେ କଂକ୍ରିଟ ରାସ୍ତା ନଷ୍ଟ

ଖଇରା,୧୫ା୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ପଥୁରିଆ ଅଞ୍ଚଳରେ ମେଗା ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ବେଳେ ପାଇପ୍‌ ବିଛା କାମ ପାଇଁ କଂକ୍ରିଟ ରାସ୍ତା ନଷ୍ଟ କରାଯାଉଥିବା ଏବଂ ମାସ ମାସ ଧରି ମରାମତି କରାଯାଉ ନ ଥିବାରୁ ଅସନ୍ତୋଷ ବଢିବାରେ ଲାଗିଛି। କଇଥଗଡିଆ, ଗଡ଼ପୋଖରୀ, ରଟିଣା, ବାଉଁଶଗଡିଆ, ହରିପୁର, କୁପାରୀ ଆଦି ପଞ୍ଚାୟତର ବିଭିନ୍ନ ଗ୍ରାମ ସଂଯୋଗୀକରଣ ରାସ୍ତାଗୁଡ଼ିକ ବହୁ ପରିମାଣରେ ନଷ୍ଟ କରାଯାଉଛି। ନିକଟରେ କଇଥଗଡ଼ିଆ ପଞ୍ଚାୟତ ସାନ ନୂଆଗାଁର ପାଟଣାସାହିରେ ଏଭଳି ଭାବେ କଂକ୍ରିଟ ରାସ୍ତାକୁ ଖୋଳି ପାଇପ ବିଛାଇବା ପରେ ରାସ୍ତା ମରାମତି କରା ନ ଯାଇ ଛାଡ଼ି ଦିଆଯାଇଛି। ଯେଉଁଥିପାଇଁ ଏହି ସାହିର ଲୋକମାନଙ୍କ ଯିବା ଆସିବାରେ ଗୁରୁତର ସମସ୍ୟା ସୃଷ୍ଟି ହେବା ପରେ ପ୍ରତିବାଦର ସ୍ବର ଉଠିଛି। ଠିକାଦାରୀ ସଂସ୍ଥା ଏଭଳି ଭାବେ ବେପରୁଆ କାମ ଜାରି ରହିଲେ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଗ୍ରାମର ଅଜୟ ଜେନା, ସୃଜୟ ବିଶ୍ୱାଳ, ଜୟନ୍ତ ପାତ୍ର, ବଂଶୀଧର ରାଉଳ, ରମେଶ ପାତ୍ର, ମଧୁସୂଦନ ଓଝା, ସାନୁ ଜେନା ପ୍ରମୁଖ ଚେତାବନୀ ଦେଇଛନ୍ତି।
ଅନୁଯାୟୀ ଠିକାଦାର ୮ଦିନ ତଳେ ରାସ୍ତାକଡ଼ରେ ପାଣି ପାଇପ ନେବା ପରିବର୍ତ୍ତେ ରାସ୍ତା ମଝିକୁ ମେଶିନରେ ଖୋଳି ପାଇପ୍‌ ନେଇଥିଲୋ। ବର୍ଷେ ତଳେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ରାସ୍ତାକୁ ଏଭଳି ବେପରୁଆ ଭାବେ ଖୋଳିବାକୁ ନେଇ ଗ୍ରାମବାସୀ ପ୍ରତିବାଦ ଜଣାଇଥିଲେ। ହେଲେ ସରପଞ୍ଚ ତାଙ୍କୁ କହିଛନ୍ତି ବୋଲି କହି ଜୋରଜବରଦସ୍ତ ରାସ୍ତା ଖୋଳିଥିଲେ। ଏ ସମ୍ପର୍କରେ ସେମାନେ ଅଧିକାରୀଙ୍କୁ ଜଣାଇବା ପରେ ମରାମତି କରିବାକୁ ପ୍ରତିଶ୍ରୁତି ମିଳିଥିଲା। ହେଲେ ୮ଦିନ ବିତିଯାଇଥିଲେ ହେଁ ଠିକାଦାର ମରାମତିର ନଁା ଗନ୍ଧ ଧରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏବେ ସମୂହ ଗ୍ରାମବାସୀ ଜିଲାପାଳଙ୍କୁ ଭେଟିବାକୁ ମଧ୍ୟ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏ ସମ୍ପର୍କରେ କନିଷ୍ଠଯନ୍ତ୍ରୀଙ୍କୁ ପଚାରିବାରୁ ରାସ୍ତାକୁ ଠିକ୍‌ ଭାବେ ମରାମତି କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri