ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ଶେଷସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ପାଇଁ ଟେଣ୍ଡର

ଭୁବନେଶ୍ୱର,୧୫ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ଼ ଜିଲା ଗସ୍ତ ସମୟରେ ଜନସାଧାରଣଙ୍କଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସମ୍ପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଶୁକ୍ରବାର ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ପୁରୀ ପୌରପାଳିକା ଜମି ସମସ୍ୟା ସମ୍ପର୍କରେ ୫-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ୱାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍‌ ସର୍ତ୍ତାବଳୀ ଅନୁଯାୟୀ, ଦିଆଯାଇଥିବା ଲିଜଗୁଡ଼ିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଜିଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ୍‌ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍‌ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍‌ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନଗୁଡ଼ିକ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ ପାଇଁ ବି ନିଷ୍ପତ୍ତି ହୋଇଛି।

ସେହିପରି ନୟାଗଡ଼ ଜିଲାର ମଞ୍ଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା। ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଞ୍ଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri