Posted inଖେଳ

ଆନ୍ତଃ ସ୍କୁଲ ଫୁଟ୍‌ବଲ: କିସ୍‌ ଚାମ୍ପିୟନ

ଭୁବନେଶ୍ୱର, ୧୬।୯(ତପନ ସ୍ବାଇଁ): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃ ସ୍କୁଲ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ କିସ୍‌ ସ୍କୁଲ ୧-୦ ଗୋଲରେ ୟୁନିଟ-୩ କ୍ୟାପିଟାଲ ହାଇସ୍କୁଲକୁ ହରାଇ ଚାମ୍ପିୟନ ହୋଇଛି। ମ୍ୟାଚଟି ତୀବ୍ର ସଂଘର୍ଷପୂର୍ଣ୍ଣ ହୋଇଥିଲା। ତେବେ ମ୍ୟାଚର ୧୩ଶ ମିନିଟରେ କିସ୍‌ର ଅଭିଷେକ ଓରାମ ସ୍କୋର କରିଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ପ୍ରଭାବୀ ପ୍ରଦର୍ଶନ ପାଇଁ କିସ୍‌ର ଗୋବିନ୍ଦ୍ର ହେମ୍ବ୍ରମ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ଏହା ବ୍ୟତୀତ ଶ୍ରେଷ୍ଠ ଗୋଲକିପର, ଡିଫେଣ୍ଡର, ମିଡ୍‌ ଫିଲ୍ଡର ଓ ଫରଓ୍ବାର୍ଡ ଭାବେ ସତ୍ୟମ ସିଂ, କହ୍ନର ଟୁଡୁ, ଅଭିଷେକ ଓରାମ ଏବଂ ଅମର ସମଦ ପୁରସ୍କୃତ ହୋଇଥିଲେ। ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ପରତୁଆଲ ଟେଟେ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ପୁରସ୍କାର ପାଇଥିଲେ। ଉଦ୍‌ଯାପନୀ ଉତ୍ସବରେ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ସଭାପତି ତଥା ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ସମ୍ପାଦକ ସୌର୍ଯ୍ୟରଞ୍ଜନ ପରିଜା, ୟୁନିଟ-୬ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁପାଲି ସେନାପତି, କର୍ପୋରେଟର ପୁଷ୍ପା ରାଉତ, ୟୁନିଟ-୬ ଆଲୁମନିର ଚେୟାରମ୍ୟାନ ସୂର୍ଯ୍ୟ ନାରାୟଣ ଦାସ ଓ ସାମାଜିକ କର୍ମୀ ମଧୁସୂଦନ ରେଡ୍ଡୀ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଆୟୋଜକ ଆସୋସିଏଶନ ଉପଦେଷ୍ଟା ତଥା ବିଧାୟକ ପଦ୍ମନାଭ ବେହେରା, ସଭାପତି ତପନ କୁମାର ମହାନ୍ତି ଓ ସମ୍ପାଦକ ଦିଲୀପ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri