ସ୍ବାଭିମାନୀ ଗୀତା: ପଦ୍ମ ପୁରସ୍କାର ନେବାକୁ ମନା କରିଥିଲେ

ନୂଆଦିଲ୍ଲୀ,୧୭ା୯: ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଲେଖିକା ତଥା ବୃତ୍ତଚିତ୍ର ନିର୍ଦ୍ଦେଶିକା-ପ୍ରଯୋଜିକା ଗୀତା ମେହେଟ୍ଟା ଜଣେ ସ୍ବାଭିମାନୀ ବ୍ୟକ୍ତିତ୍ୱର ଅଧିକାରିଣୀ ଥିଲେ। ୨୦୧୯ ଜାନୁୟାରୀ ୨୫ରେରେ କେନ୍ଦ୍ର ସରକାର ୯୪ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ।
ସେମାନଙ୍କ ମଧ୍ୟରେ ଇଂଲିଶ ଭାଷାରେ ଲେଖନୀ ଚାଳନା କରୁଥିବା ଗୀତାଙ୍କ ନାମ ରହିଥିଲା। ସାହିତ୍ୟ ଜଗତ ପ୍ରତି ତାଙ୍କ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ଏହି ପୁରସ୍କାର ଦିଆଯାଇଥାଆନ୍ତା। ତେବେ ଏହି ଘୋଷଣାର ଦିନକ ପରେ ଅର୍ଥାତ୍‌ ୭୦ତମ ସାଧାରଣତନ୍ତ୍ର ଦିବସରେ ସେ ଏହାକୁ ଗ୍ରହଣ କରିବାକୁ ମନା କରିଦେଇଥିଲେ। ନ୍ୟୁୟର୍କରେ ଏକ ପ୍ରେସ୍‌ ବିବୃତି ଜାରି କରି ଗୀତା କହିଥିଲେ, ସରକାର ମୋତେ ଏହି ସମ୍ମାନ ପାଇଁ ଯୋଗ୍ୟ ବିବେଚନା କରିଥିବାରୁ ମୁଁ କୃତଜ୍ଞ। କିନ୍ତୁ ଯେଉଁ ସମୟରେ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ପାଇଁ ନିଷ୍ପତ୍ତି ନିଆଯାଇଛି, ଏହାକୁ ଗ୍ରହଣ କଲେ ସମାଜକୁ ଭୁଲ୍‌ ବାର୍ତ୍ତା ଯାଇପାରେ। ଆଗକୁ ସାଧାରଣ ନିର୍ବାଚନ ଆସୁଥିବାରୁ ଉଭୟ ସରକାର ଓ ମୋ ପାଇଁ ଏହା ଅଶୋଭନୀୟ ନୁହେଁ କହି ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ଏହା ପୂର୍ବରୁ ମଧ୍ୟ ଗୀତାଙ୍କ ସମ୍ଭାବ୍ୟ ରାଜନୈତିକ କ୍ୟାରିୟରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର୍‌ ଧରିଥିଲା। ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି)ରୁ ସେ ରାଜ୍ୟ ସଭାକୁ ଯାଇପାରନ୍ତି ବୋଲି ଆଲୋଚନା ହେଉଥିଲା। କିନ୍ତୁ ଗୀତାଙ୍କ ସାନଭାଇ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଗୁଜବ କହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri