ନାହାନ୍ତି ଗଣିତ, ହିନ୍ଦୀ, ସଂସ୍କୃତ ଶିକ୍ଷକ

ନିରାକାରପୁର,୧୭।୯(ମାନସ ଚନ୍ଦ୍ର ପଟ୍ଟନାୟକ) ବିଦ୍ୟାଳୟର ଉନ୍ନତୀକରଣ ଓ ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିବା ସହିତ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ଯୋଜନା ସବୁ କେଉଁଠି ପହଞ୍ଚୁଛି ତ’ କେଉଁଠି ଅପହଞ୍ଚ । ଫଳରେ ଅନେକ ସ୍ଥାନରେ ଶିକ୍ଷକ ଓ ଶ୍ରେଣୀଗୃହର ଅଭାବ ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଫଳରେ ଛାତ୍ରୀଛାତ୍ରମାନେ ହଇରାଣ ହେଉଛନ୍ତି। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ନୂଆଗଡ ପଞ୍ଚାୟତ ହରିପୁର ଉଗ୍ରତାରା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଉକ୍ତ ବିଦ୍ୟାଳୟଟି ୧୯୭୭ ମସିହାରେ ସ୍ଥାପିତ ହୋଇଥିଲା। ଏଠାରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ମୋଟ ୪୦୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ତେବେ ୬, ୭ ଓ ୮ ଶ୍ରେଣୀ ପାଇଁ ୫ଜଣ ଶିକ୍ଷକ ରହିଥିବା ବେଳେ ୯ ଓ ୧୦ମ ଶ୍ରେଣୀ ପାଇଁ ୩ଜଣ ଶିକ୍ଷକ ରହିଛନ୍ତି। ଫଳରେ ପାଠପଢ଼ାରେ ବ୍ୟାହତ ସୃଷ୍ଟି ହେଉଥିବା ଛାତ୍ରୀଛାତ୍ର ଓ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ସଂସ୍କୃତ, ହିନ୍ଦୀ, ଗଣିତ, ଖେଳ ଓ ପ୍ରଧାନ ଶିକ୍ଷକ ପଦବୀ ଦୀର୍ଘବର୍ଷ ହେବ ଖାଲିପଡିଥିବା ବେଳେ ପିଅନ ଓ କ୍ଲର୍କ ପଦବୀ ୫ ବର୍ଷହେବ ଖାଲିପଡିଛି। ଏନେଇ ସ୍କୁଲ ପରିଚାଳନା କମିଟି ଓ ସ୍କୁଲ ପକ୍ଷରୁ ବାରମ୍ବାର ଜିଲାପାଳ, ଜିଲା ଓ ବ୍ଲକ୍‌ ଶିକ୍ଷାଧିକାରୀଙ୍କୁ ଅଭିଯୋଗ ହୋଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି ବୋଲି ପରିଚାଳନା କମିଟି ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ସ୍କୁଲ ପରିଚାଳନା କମିଟି ସଭାପତି ଅଜୟ କୁମାର ଛୋଟରାୟ କହିଛନ୍ତି, ଶିକ୍ଷକଙ୍କ ଅଭାବ ସମ୍ପର୍କରେ ବାରମ୍ବାର ବିଇଓ, ଡିଇଓଙ୍କୁ ଅଭିଯୋଗ କରିବା ସହିତ ଗତ ୨୮ ତାରିଖରେ ଜିଲାପାଳଙ୍କ ଗ୍ରଭାନ୍ସରେ ଦେଖାହୋଇ ଲିଖିତ ଅଭିଯୋଗ କରିଥିଲୁ। ହେଲେ କୌଣସି ସୁଫଳ ମିଳିଲା ନାହିଁ। ପିଲାଙ୍କ ପରୀକ୍ଷା ପୂର୍ବରୁ ପଦବୀ ପୂରଣ ନ କରାଯାଏ ତେବେ ସ୍କୁଲରେ ତାଲା ପକାଇବୁ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତି ବିଶ୍ୱାଳ କହିଛନ୍ତ, ଏବେ ମୁଁ ଦାୟିତ୍ୱ ନେଇଛି। ଏହା ପୂର୍ବରୁ ଯିଏ ଦାୟିତ୍ୱରେ ଥିଲେ ସେ ଏ ସମ୍ପର୍କରେ ଅଭିଯୋଗ କରିବା ସହିତ ପରିଚାଳନା କମିଟି ମଧ୍ୟ ଅଭିଯୋଗ କରିଛି। ତେବେ ଉପରିସ୍ଥ ଅଧିକାରୀଙ୍କ ପକ୍ଷରୁ କେତେ ପଦବୀ ଖାଲି ଅଛି ବୋଲି ରିପୋର୍ଟ ମଗାଯାଇଛି ବୋଲି ସୂଚନା ଦେଇଛନ୍ତି। ସେହିପରି ଏ ସମ୍ପର୍କରେ ବ୍ଲକ୍‌ ଶିକ୍ଷାଧିକାରୀ ରବୀନ୍ଦ୍ର କୁମାର ସାହୁ କହିଛନ୍ତି, ଏନେଇ ମୋ ପାଖରେ ସୂଚନା ନାହିଁ। ତଥାପି ବୁଝାବୁଝି କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri