ଆୟୁଷ ଡାକ୍ତରଙ୍କ ଭରସାରେ ରୋଗୀ

ଚଣ୍ଡିଖୋଲ,୧୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ସମସ୍ତେ ନିଯୁକ୍ତି ପାଇଛନ୍ତି। ହେଲେ କାହାର ଦେଖା ମିଳୁନାହିଁ ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ରୋଗୀଙ୍କ ଏକମାତ୍ର ଭରସା ପାଲଟିଛନ୍ତି ଆୟୁଷ ଡାକ୍ତର। ସେ କାମଚଳା ରୋଗୀ ଦେଖୁଛନ୍ତି। ହେଲେ ଜରୁରୀକାଳୀନ ଚିକିତ୍ସା ବେଳେ ହାତ ଟେକି ଦେଉଛନ୍ତି। ଏଲୋପାଥିକ ଡାକ୍ତର ନିଯୁକ୍ତ ଥିବାବେଳେ ଚିକିତ୍ସାରୁ ବଞ୍ଚିତ ହେଉଛନ୍ତି ରୋଗୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲା ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଦର୍ପଣୀ ଡାକ୍ତରଖାନାରେ। ଏହି ଡାକ୍ତରଖାନାକୁ ଅଧିକ ସଂଖ୍ୟକ ରୋଗୀ ଆସୁଥିବାରୁ ବିଭାଗ ପକ୍ଷରୁ ଜଣେ ସ୍ଥାୟୀ ଏଲୋପାଥିକ ଡାକ୍ତର, ଜଣେ ଆୟୁଷ ଡାକ୍ତର ଓ ଫାର୍ମାସିଷ୍ଟଙ୍କୁ ନିଯୁକ୍ତ କରାଯାଇଛି।
ଆୟୁଷ ଡାକ୍ତର ନିୟମିତଭାବେ ରୋଗୀଙ୍କୁ ଚିକିତ୍ସା କରି ଔଷଧ ଦେଉଥିବା ବେଳେ ନିଯୁକ୍ତ ମହିଳା ଫାର୍ମାସିଷ୍ଟ ସପ୍ତାହରେ ଏକାଧିକ ଦିନ ଅସୁସ୍ଥତା ଦର୍ଶାଇ ଅନୁପସ୍ଥିତ ରହୁଛନ୍ତି। ମହିଳା ଫାର୍ମାସିଷ୍ଟ ଜଣକ ସରକାରୀ ଡାକ୍ତରଖାନାରେ ଅନୁପସ୍ଥିତ ରହି ଏକ ଘରୋଇ ଚିକିତ୍ସାଳୟରେ କାମ କରିବାନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ୫-ଟିରେ ଅନ୍ତର୍ଭୁକ୍ତ କରାଯାଇଥିଲେ ମଧ୍ୟ କର୍ମଚାରୀଙ୍କ ଲାଭଖୋର ମନବୃତ୍ତି ଯୋଗୁ ସରକାରୀ ଡାକ୍ତରଖାନା ଉପରୁ ରୋଗୀଙ୍କ ଭରସା ତୁଟି ଯାଉଥିବା ଅଭିଯୋଗ ହୋଇଛି। ସବୁଠାରୁ ସମ୍ବେଦନଶୀଳ ଘଟଣା ହେଉଛି ଏହି ଡାକ୍ତରଖାନା ଉପରେ ନିର୍ଭର କରୁଥିବା ଏକାଧିକ ଗାଁ ଲୋକଙ୍କ ସମେତ ଦୁର୍ଘଟଣା ଜନିତ ରୋଗୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ନିଯୁକ୍ତ ହୋଇଥିବା ଏଲୋପାଥିକ ଡାକ୍ତରଙ୍କୁ କେହି କେବେବି ଗୋଟିଏ ଦିନ ଦେଖି ନ ଥିବା କହୁଥିବା ବେଳେ ଆଉ କେତେଜଣ ଲୋକ କହୁଛନ୍ତି କଁାଭାଁ ସପ୍ତାହର ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଆସି ମଧ୍ୟାହ୍ନ ୧୨ଟାରେ ଡାକ୍ତର ପଳାଇଯାଉଛନ୍ତି। ବଡ଼ଚଣା ମେଡିକାଲ ଅଫିସରଙ୍କୁ ଅନ୍ଧାରରେ ରଖି ଡାକ୍ତର ଜଣକ କର୍ତ୍ତବ୍ୟରେ ବହୁ ଅବହେଳା କରୁଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେଣୁ ଏଥିପ୍ରତି ଯାଜପୁର ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧିକାରୀ ଅଶୋକ କୁମାର ମିଶ୍ରଙ୍କୁ ପଚାରିବାରୁ ସେ କହିଛନ୍ତି, ଟ୍ରେନିଂରେ କଟକରେ ଅଛନ୍ତି। ଫେରିଲା ପରେ କିଛି କହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri