Posted inଜାତୀୟ

ପୁରୁଣା ସଂସଦ ଭବନ ହେଲା ସମ୍ବିଧାନ ସଦନ

ନୂଆଦିଲ୍ଲୀ,୨୦ା୯: ପୁରୁଣା ସଂସଦ ଭବନକୁ ‘ସମ୍ବିଧାନ ସଦନ’ ଭାବେ ନାମିତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୁରୁଣା ଭବନରୁ ତାଙ୍କର ଶେଷ ଅଭିଭାଷଣ ଦେବାବେଳେ ଏହା ଘୋଷଣା କରିଛନ୍ତି। ପରେ ସେ ସମସ୍ତ ଏମ୍‌ପିଙ୍କୁ ସାଙ୍ଗରେ ନେଇ ଚାଲି ଚାଲି ନୂଆ ପାର୍ଲାମେଣ୍ଟ ବିଲ୍ଡିଂକୁ ଯାଇଥିଲେ। ତାହା ଏବେ ଆନୁଷ୍ଠାନିକ ଭାବେ ଭାରତୀୟ ସଂସଦ ଭବନର ପରିଚୟ ହାସଲ କରିଛି। ଗଣେଶ ଚତୁର୍ଥୀର ପବିତ୍ର ଦିନରେ ଆମେ ପୁରୁଣା ସ୍ଥାନ ଛାଡ଼ି ନୂଆ ପାର୍ଲାମେଣ୍ଟ ବିଲ୍ଡିଂକୁ ଯାଉଛୁ। ଏହି ଭବନର ଗୌରବରେ ଆଦୌ କମ୍‌ ହେବା ଉଚିତ ନୁହେଁ। ଆମେ ଏହାକୁ କେବଳ ପୁରୁଣା ପାର୍ଲାମେଣ୍ଟ କହିବା ନାହିଁ। ଯଦି ଆପଣମାନେ ଅନୁମତି ଦିଅନ୍ତି, ତେବେ ଉକ୍ତ ବିଲ୍ଡିଂ ସମ୍ବିଧାନ ସଦନ ଭାବେ ପରିଚିତ ହେବ, ଯାହା ଦ୍ୱାରା ଏହା ସବୁଦିନ ପାଇଁ ସମସ୍ତଙ୍କର ପ୍ରେରଣା ହୋଇ ରହିବ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ପାଖରେ ବସିଥିବା ଲୋକ ସଭା ବାଚସ୍ପତି ଏବଂ ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ନିବେଦନ କରିଥିଲେ। ପୁରୁଣା ସଂସଦ ଭବନର ଡିଜାଇନ୍‌ ବ୍ରିଟିଶ ସ୍ଥପତି ସାର୍‌ ଏଡ୍‌ଓ୍ବିନ୍‌ ଲୁଟ୍ୟେନ୍‌ ଏବଂ ହର୍ବର୍ଟ ବେକର କରିଥିଲେ। ୧୯୨୭ରେ ବିଲ୍ଡିଂର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲା। ସୋମବାର ଲୋକ ସଭାରେ ଉଦ୍‌ବୋଧନ ଦେବାବେଳେ ପ୍ରଧାନମନ୍ତ୍ରୀ ପୁରୁଣା ବିଲ୍ଡିଂର ପ୍ରତି ଇଟାକୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏମ୍‌ପିମାନେ ନୂଆ ସଂସଦ ଭବନରେ ନୂଆ ଆଶା ଓ ଆତ୍ମବିଶ୍ୱାସ ନେଇ ପ୍ରବେଶ କରିବେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri