ପ୍ରେମ ବିବାହର ୬ ମାସ ହୋଇନି, ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ଦଶରଥପୁର,୨୦।୯(ମନୋଜ ପୃଷ୍ଟି): ପ୍ରେମ ବିବାହର ୬ ମାସ ହୋଇନାହିଁ, ହେଲେ ଯୁବତୀଙ୍କ ମୃତ୍ୟୁ ଘଟିବା ଘଟଣା ଯାଜପୁର ଜିଲା ମଙ୍ଗଳପୁର ଥାନା ଅଞ୍ଚଳର ଆଲୋଡ଼ନ ସୃଷ୍ଟି କରିଛି। ଏହା ଏକ ହତ୍ୟା ଘଟଣା ବୋଲି ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଆଲୋଚନା ଚାଲିଛି। ହେଲେ ମୃତକଙ୍କ ଶ୍ୱଶୁର ଘର ପକ୍ଷରୁ ବୋହୂ ଆମତ୍ହତ୍ୟା କରିଥିବା କୁହାଯାଉଛି। ମଙ୍ଗଳପୁର ଥାନା ପୋଲିସ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି। ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ କରିଛି। ପୋଲିସ ମୃତ ରଶ୍ମିତାଙ୍କ ସ୍ବାମୀ ମୃତ୍ୟୁଞ୍ଜୟ ପତିଙ୍କୁ ଥାନାକୁ ଆଣି ପଚରାଉଚରା ଜାରି ରଖିଛି। ମୃତ୍ୟୁଞ୍ଜୟଙ୍କୁ ଭଲପାଇ ଘରଛାଡି ପଳାଇ ଆସିଥିବା ରଶ୍ମିତାଙ୍କ ବାପା ମଧ୍ୟ ଝିଅର ଏପରି ସନ୍ଦେହଜନକ ମୃତ୍ୟୁରେ ମଙ୍ଗଳପୁର ଥାନାରେ କେବଳ ଝିଅ ମରିଥିବା ସମ୍ପର୍କରେ ଏତାଲା କରିଛନ୍ତି। ରଶ୍ମିତାଙ୍କ ମୁହଁରେ ମାଡ ଦାଗ ସ୍ପଷ୍ଟ ପରିଲକ୍ଷିତ ହୋଇଛି ା ହେଲେ ରଶ୍ମିତାଙ୍କ ବାପା ଝିଅର ମୃତ୍ୟୁ ପାଇଁ କାହାକୁ ଦାୟୀ କରି ନ ଥିବା ଥାନା ଆଇଆଇସି ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ମଙ୍ଗଳପୁର ଥାନା ଅଧୀନ ମଲିକାପୁର ପଞ୍ଚାୟତ ଦାଣ୍ଡିସାହି ଗ୍ରାମର ନାରାୟଣ ଚନ୍ଦ୍ର ପତିଙ୍କ ପୁଅ ମୃତ୍ୟୁଞ୍ଜୟ (ବବୁଲ୍‌) ସେହି ଗ୍ରାମର ଗୌତମ ପଣ୍ଡାଙ୍କ ଝିଅ ରଶ୍ମିତାଙ୍କୁ ଭଲପାଇ ମାତ୍ର ୬ ମାସ ତଳେ ବିବାହ କରିଥିଲେ। ମଙ୍ଗଳବାର ସକାଳେ ରଶ୍ମିତା ଘରେ ରଶି ଲଗାଇ ଆମତ୍ହତ୍ୟା କରିଛନ୍ତି ବୋଲି ଶ୍ୱଶୁର ଘର ପକ୍ଷରୁ ଥାନାକୁ ସୂଚନା ଦିଆଯାଇଥିଲା। ଏନେଇ ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା(ନଂ.୨୧/୨୦୨୩) ରୁଜୁ ଯାଇଛି। ବ୍ୟବଛେଦ ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri