ରାଜଧାନୀରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩ା୯(ଅନୁରାଧା ମହାରଣା): ୧୦ ଦଫା ଦାବି ନେଇ ପୁଣି ରାସ୍ତାକୁ ଓହ୍ଲାଇଛନ୍ତି ଅଙ୍ଗନୱାଡ଼ି କର୍ମଚାରୀ। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍‌ ୱାର୍କର୍ସ ଆସୋସିଏଶନର ଆହ୍ବାନ କ୍ରମେ ଶୁକ୍ରବାର ହଜାର ହଜାର ଅଙ୍ଗନୱାଡ଼ି କର୍ମୀ, ମିନି ଅଙ୍ଗନୱାଡ଼ି କର୍ମୀ ଓ ସହାୟିକାମାନେ ବିଭିନ୍ନ ବ୍ଲକରୁ ଆସି ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମାଷ୍ଟରକ୍ୟାଣ୍ଟିନରୁ ବିଧାନସଭା ଅଭିମୁଖେ ବିରାଟ ଶୋଭାଯାତ୍ରାରେ ଯାଉଥିବାବେଳେ ବାଟରେ ପୋଲିସ ଅଟକାଇବାରୁ ସେମାନେ ରାସ୍ତାରେ ଧାରଣା ଦେବା ସହ ନାନା ନାରାବାଜି କରିଥିଲେ। ଯଦି ସରକାର ଅଙ୍ଗନୱାଡ଼ି କର୍ମୀଙ୍କ ପ୍ରତି ଏମିତି ଉଦାସୀନ ରୁହନ୍ତି, ତେବେ ଭବିଷ୍ୟତରେ ଏହି ଆନ୍ଦୋଳନକୁ ବ୍ୟାପକ କରାଯାଇ ମହିଳା ଓ ଶିଶୁ ବିକାଶ ବିଭାଗକୁ ଏକପ୍ରକାର ଅଚଳ କରିଦିଆଯିବ ବୋଲି ଆସୋସିଏଶନର ରାଜ୍ୟ ସଭାନେତ୍ରୀ ସୁମିତ୍ରା ମହାପାତ୍ର ଓ ସାଧାରଣ ସମ୍ପାଦିକା କୁଞ୍ଜଲତା ଦାସ ପ୍ରମୁଖ ଚେତାବନୀ ଦେଇଛନ୍ତି। ପୂର୍ବରୁ ମଧ୍ୟ ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକାମାନେ ବାରମ୍ବାର ଆନ୍ଦୋଳନକୁ ଓହ୍ଲାଇ ଦାବି ଉତ୍‌ଥାପନ କରିବା ସହ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ବହୁ ଦିନଧରି ରାଜରାସ୍ତାରେ ବସିବା ଫଳରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଚାଳନା ବାଧାପ୍ରାପ୍ତ ହେଉଛି। ଦାବି ପୂରଣ ନେଇ ସରକାର ବିଚାର କରିବେ ବୋଲି ପ୍ରତିଶ୍ରୁତି ଦେଇ ପାଳନ କରୁ ନ ଥିବାରୁ ଆନ୍ଦୋଳନକାରୀମାନେ ନାନା ନାରାବାଜି କରିଥିଲେ।
ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା, ସରକାରୀ ମାନ୍ୟତା ନ ମିଳିବା ଯାଏ ଅଙ୍ଗନୱାଡ଼ି କର୍ମୀଙ୍କୁ ମାସିକ ବେତନ ୧୮ହଜାର ଟଙ୍କା ଓ ସହାୟିକାଙ୍କୁ ୯ ହଜାର ଟଙ୍କା ପ୍ରଦାନ ସହିତ ଇପିଏଫ୍‌, ଇଏସ୍‌ଆଇସି ଓ ଗ୍ରାଚୁଇଟିରେ ସାମିଲ୍‌ କରିବା, ମିନି ଅଙ୍ଗନୱାଡ଼ି କର୍ମୀ ପଦବୀ ଉଚ୍ଛେଦ କରି ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ଦେବା, ଅବସରକାଳୀନ ସହାୟତା ରାଶି ୫ ଲକ୍ଷ ଟଙ୍କା ଓ ପେନସନ ମାସିକ ୫ ହଜାର ଟଙ୍କା, କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୫ ଲକ୍ଷ ଟଙ୍କା ସହାୟତା ସହିତ ପରିବାରରୁ ଜଣକୁ ଚାକିରି, ବହିଷ୍କୃତ ୬ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତି, ଗାଁ କଲ୍ୟାଣ ସମିତି କାର୍ଯ୍ୟରୁ ଅଙ୍ଗନୱାଡ଼ି କର୍ମୀଙ୍କୁ ବାଦ୍‌ଦେବା, ପୋଷଣ ଟ୍ରାକରେ ଅନ୍‌ଲାଇନ ଲୋକେଶନ ଟ୍ରାକିଂ ବନ୍ଦ ସହ ଗ୍ରୀଷ୍ମ ଛୁଟି ପ୍ରଦାନ କରିବା, ନୂତନ ଶିକ୍ଷାନୀତିରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସସୀମା ନ ରଖି ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ପ୍ରି-ପ୍ରାଇମେରି ଶିକ୍ଷୟିତ୍ରୀର ମାନ୍ୟତା, ସୁପର ଭାଇଜର ପଦବୀରେ ଶତ ପ୍ରତିଶତ ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦେବା ଆଦି ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

ଆଖିରେ ଆଖିଏ ଲୁହ ନେଇ ବିଦାୟ ନେଲେ ଏହି କ୍ରିକେଟର, ଖୋଲିଲେ ଗୁମର

ନୂଆଦିଲ୍ଲୀ,୨।୧: ପାକିସ୍ତାନରେ ଜନ୍ମିତ ଅଷ୍ଟ୍ରେଲିୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର ପାଇଁ ସିଡନୀ କ୍ରିକେଟ...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri