ଜାନୁୟାରୀ ୫ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର, ୨୩।୯(ସୁନିତ୍‌ ମିଶ୍ର): ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ନିର୍ବାଚନମଣ୍ଡଳୀ ପାଇଁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲାଗି ଶୁକ୍ରବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳ କର୍ମକର୍ତ୍ତାଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁଯାୟୀ ଆସନ୍ତା ଜାନୁୟାରୀ ୫ରେ ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଏହା ପୂର୍ବରୁ ନିର୍ଭୁଲ୍‌ ଭୋଟର ତାଲିକା ପ୍ରସ୍ତୁତ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ସବୁ ରାଜନୈତିକ ଦଳଙ୍କର ସହଯୋଗ କାମନା କରିଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ପ୍ରତି ରାଜନୈତିକ ଦଳ ସବୁ ବୁଥ୍‌ରେ ନିଜର ଜଣେ ଲେଖାଏ ବୁଥ୍‌ସ୍ତରୀୟ ଏଜେଣ୍ଟ ନିଯୁକ୍ତି କରିବେ। ଏହାସହ ଦଳ ପକ୍ଷରୁ ସେମାନଙ୍କ ଫଟୋ ପରିଚୟ ପତ୍ର ଦେବେ ଓ ନିଯୁକ୍ତ ହୋଇଥିବା ବୁଥ୍‌ସ୍ତରୀୟ ଏଜେଣ୍ଟଙ୍କ ଏକ କିତା ଲେଖାଏ ନକଲ ସମ୍ପୃକ୍ତ ଜିଲାର ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ, ଇଆର୍‌ଓ ତଥା ଉପଜିଲାପାଳ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିବେ। ନିଯୁକ୍ତ ବୁଥ୍‌ସ୍ତରୀୟ ଏଜେଣ୍ଟମାନେ ସମ୍ପୃକ୍ତ ବୁଥ୍‌ ଅଞ୍ଚଳରେ ମୃତ ଭୋଟରଙ୍କୁ ଚିହ୍ନଟ କରିବା, ସ୍ଥାନାନ୍ତର ହୋଇଥିବା ଭୋଟରଙ୍କ ତାଲିକା ଏବଂ ଭୋଟର ତାଲିକାରେ ଥିବା ବିଭିନ୍ନ ପ୍ରକାର ତ୍ରୁଟିକୁ ବୁଥ୍‌ସ୍ତରୀୟ ଅଧିକାରୀଙ୍କୁ ଅବଗତ କରାଇବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।
ସେ ଆହୁରି କହିଛନ୍ତି, ଆଗାମୀ ସାଧାରଣ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ଇଭିଏମ୍‌ ଓ ଭିଭିପିଏଟିର (ଏଫ୍‌ଏଲ୍‌ସି) ପ୍ରଥମ ପର୍ଯ୍ୟାୟ ତନଖି କାର୍ଯ୍ୟ ଦୁଇଟି ପର୍ଯ୍ୟାୟରେ କରାଯିବ। ଅକ୍ଟୋବର ୩ରୁ ୨୦ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ୧୦ ଜିଲାରେ ଅନୁଷ୍ଠିତ ହେବ। ସେହିପରି ଅବଶିଷ୍ଟ ୨୦ ଜିଲାରେ ନଭେମ୍ବର ୧ରୁ ଆରମ୍ଭ ହୋଇ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ବୈଠକରେ ଭାଜପା ରାଜ୍ୟ ସମ୍ପାଦକ ସରୋଜ କୁମାର କର, ବିଏସ୍‌ପିର ମଧୁସୂଦନ ଯାଦବ, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଦୁଷ୍ମନ୍ତ କୁମାର ଦାଶ, କଂଗ୍ରେସର ଶିବାନନ୍ଦ ରାୟ, ଆମ୍‌ ଆଦ୍‌ମୀ ପାର୍ଟିର ସୌମ୍ୟ ରଞ୍ଜନ ସ୍ବାଇଁ, ବିଜେଡିର ଈପ୍ସିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ

ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ...

ପ୍ରବଳ ଥଣ୍‌ଡା ଓ କୁହୁଡି ଯୋଗୁ ସ୍କୁଲ-କଲେଜ ଛୁଟି ଘୋଷଣା, ମୁଖ୍ୟମନ୍ତ୍ରୀ ଜାରି କଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଘନ କୁହୁଡ଼ି ଏବଂ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି, ରାଜ୍ୟ ସରକାର ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ପାଇଁ ଜାନୁଆରୀ 5...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri