ଆହୁରି ବିଗିଡ଼ିବ ସ୍କୁଲ ପଢ଼ା, ୨୫ରୁ ଆନ୍ଦୋଳନକୁ ଓହ୍ଲାଇବେ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୨୪।୯ (ଅସମାପିକା ସାହୁ): ରାଜ୍ୟର ଶିକ୍ଷା କ୍ଷେତ୍ରରେ ଶିକ୍ଷକ ସଙ୍କଟ ଲାଗି ରହିଥିବାବେଳେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ପିଲାଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ପ୍ରାଥମିକ ଶିକ୍ଷକମାନେ କାର୍ଯ୍ୟ ବନ୍ଦ କରି ବିଇଓଙ୍କ ଅଫିସ୍‌ ଆଗରେ ଧାରଣାରେ ବସିଥିବାରୁ ୧୬ଦିନ ହେବ ଅଧିକାଂଶ ପ୍ରାଥମିକ ବିଦ୍ୟାଳୟରେ ତାଲା ଝୁଲୁଛି। ଏପରି ସ୍ଥିତିରେ ମାଧ୍ୟମିକ ଶିକ୍ଷକମାନେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଥିବାରୁ ସ୍ଥିତି ଆହୁରି ବିଗିଡ଼ିଯିବା ଆଶଙ୍କା ସୃଷ୍ଟି ହୋଇଛି। ୨୧ ଦଫା ଦାବି ନେଇ ରାଜ୍ୟର ପ୍ରାୟ ସାଢ଼େ ୩ ହଜାର ମାଧ୍ୟମିକ ସ୍କୁଲର ୩୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକ ଆସନ୍ତା ୨୫ ତାରିଖରୁ ଅହୋରାତ୍ର ଆନ୍ଦୋଳନ କରିବେ ବୋଲି ଶନିବାର ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ସୂଚନା ଦେଇଛି। ଆୟୋଜିତ ଖବରଦାତା ସମ୍ମିଳନୀରେ ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କୁ ନେଇ ଭୁବନେଶ୍ୱରଠାରେ ଏକ ମହାସମାବେଶ କରାଯିବ ଓ ଶିକ୍ଷକମାନେ ଅହୋରାତ୍ର ଧାରଣାରେ ବସିବେ। ଗତ ଅଗଷ୍ଟ ୧୬ ଶିକ୍ଷକ ଦାବି ଦିବସରେ ୩ ଦିନ ଧରି ଓ ସେପ୍ଟେମ୍ବର ୫ ପବିତ୍ର ଗୁରୁଦିବସରେ ଦୁଇଟି ପର୍ଯ୍ୟାୟରେ ଭୁବନେଶ୍ୱର ରାଜରାସ୍ତାରେ ଓଷ୍ଟାର ଆହ୍ବାନରେ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଅହୋରାତ୍ର ଧାରଣାରେ ବସି ରହିଥିଲେ। ଶିକ୍ଷକଙ୍କ ସମସ୍ୟା ସମାଧାନ ପାଇଁ ସନ୍ଧ୍ୟାେରେ ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକ ବସିଥିଲା। ବୈଠକ ଶେଷ ହେବା ପରେ ଅର୍ଥମନ୍ତ୍ରୀ ଗଣମାଧ୍ୟମ ସମ୍ମୁଖରେ କହିଥିଲେ, ଶିକ୍ଷକଙ୍କ ସମସ୍ତ ଦାବିର ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ବିଭିନ୍ନ ସଙ୍ଗଠନର ନେତୃବୃନ୍ଦଙ୍କୁ ଡାକି ନିଜ ନିଜର ବିଭାଗର ସଚିବ ଓ ମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରାଯିବ ବୋଲି କହିଥିଲେ। ହେଲେ ଦୁଃଖ ଓ ପରିତାପର ବିଷୟ ଯେ, ଅଦ୍ୟାବଧି ଏଯାଏ କୌଣସି ଆଲୋଚନା କରାଗଲା ନାହିଁ। ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ଏହାକୁ ପାଳନ କରୁନାହାନ୍ତି। ନୂତନ ଅନୁଦାନପ୍ରାପ୍ତ ଓ ଅନ୍ୟାନ୍ୟ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ନିଯୁକ୍ତି ନ କରିବା, ଚାକିରି ସର୍ତ୍ତାବଳୀ ଓ ପେନ୍‌ସନ ନ ଦେଇ ଶିକ୍ଷକଙ୍କୁ ବାରମ୍ବାର ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ କରୁଛନ୍ତି। ଅବସର ପରେ ପେନ୍‌ସନ ପାଉ ନ ଥିବା ଶିକ୍ଷକଙ୍କୁ ପେନ୍‌ସନ ପ୍ରଦାନ, ଚୁକ୍ତିଭିିତ୍ତିକ ଶିକ୍ଷକଙ୍କୁ ନୋସନାଲ ଇନ୍‌କ୍ରିମେଣ୍ଟ ଦେଇ ବରିଷ୍ଠତା ପ୍ରଦାନ, ଗ୍ରେଡ୍‌ ପେ’ରେ ଥିବା ଅସଙ୍ଗତି ଦୂରୀକରଣ ଭଳି ୨୧ ଦଫା ଦାବି ନେଇ ଆମେ ଆନ୍ଦୋଳନରେ ରହିବୁ। ତେବେ ଆନ୍ଦୋଳନ ସମୟରେ ସ୍କୁଲ ଖୋଲା ରହିବ। ଜଣେ ଲେଖାଏ ଶିକ୍ଷକ ସ୍କୁଲରେ ରହିବେ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଓଷ୍ଟା ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri