Posted inଜାତୀୟ

ଏକସଙ୍ଗେ ନିର୍ବାଚନ ଲାଗି କମିଟିର ପ୍ରଥମ ବୈଠକ

ନୂଆଦିଲ୍ଲୀ,୨୪୯: ଦେଶରେ ଏକସଙ୍ଗେ ସମସ୍ତ ନିର୍ବାଚନ କରାଇବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ରାଜନୈତିକ ଦଳଗୁଡ଼ିକୁ ଆମନ୍ତ୍ରଣ କରି ଏକସଙ୍ଗେ ନିର୍ବାଚନ ନେଇ ନ୍ୟାୟିକ ଆୟୋଗ ସେମାନଙ୍କ ମତାମତ ସଂଗ୍ରହ କରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ, ରାଜ୍ୟ ସଭାର ପୂର୍ବତନ ପୂର୍ବତନ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ, ପୂର୍ବତନ ଅର୍ଥ କମିଶନ ଅଧ୍ୟକ୍ଷ ଏନ୍‌.କେ. ସିଂ, ଲୋକ ସଭାର ପୂର୍ବତନ ମହାସଚିବ ସୁଭାଷ ସି. କଶ୍ୟପ ଏବଂ ପୂର୍ବତନ ମୁଖ୍ୟ ଭିଜିଲାନ୍ସ କମିଶନର ସଞ୍ଜୟ କୋଠାରି ବୈଠକରେ ଯୋଗ ଦେଇଥିଲେ। ବରିଷ୍ଠ ଆଇନଜୀବୀ ହରିଶ ସାଲ୍‌ଭେ ଭର୍ଚୁଆଲି ବୈଠକରେ ସାମିଲ ହୋଇଥିଲେ। ତେବେ ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ବୈଠକକୁ ଆସି ନ ଥିଲେ। ସ୍ବୀକୃତିପ୍ରାପ୍ତ ଜାତୀୟ ଦଳ, ବିଭିନ୍ନ ରାଜ୍ୟରେ ସରକାରରେ ଥିବା ଦଳ, ପାର୍ଲାମେଣ୍ଟକୁ ସଦସ୍ୟ ପଠାଇଥିବା ଦଳ ଏବଂ ଅନ୍ୟ ସ୍ବୀକୃତିପ୍ରାପ୍ତ ରାଜ୍ୟ ଦଳଗୁଡ଼ିକୁ ଆମନ୍ତ୍ରଣ କରାଯାଇ ଏକକାଳୀନ ନିର୍ବାଚନ ନେଇ ସେମାନଙ୍କ ପ୍ରସ୍ତାବ ଓ ମତାମତ ଲୋଡ଼ାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଥିବା ଏକ ବିବୃତିରେ କୁହାଯାଇଛି। ଏଥିସହିତ ନ୍ୟାୟିକ ଆୟୋଗରୁ ମଧ୍ୟ ପ୍ରସ୍ତାବ ଓ ମତାମତ ନିଆଯିବ ବୋଲି ଆଇନ ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri