Posted inରାଜ୍ୟ

୨୯ରେ ଲଘୁଚାପ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୯(ଅନିଲ ଦାସ): ଦକ୍ଷିଣ ଚାଇନା ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହୋଇଛି। ଏହା ଆସନ୍ତା ୨୯ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ମ୍ୟାନ୍‌ମାର ନିକଟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ସେପ୍ଟେମ୍ବର ୩୦ ତାରିଖରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଦେଇ ଓଡ଼ିଶା ଉପକୂଳ ଏବଂ ପଶ୍ଚିମବଙ୍ଗ ଉପକୂଳ କିମ୍ବା ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମ୍ବା ବେଳେ ବେଳେ ୬୦ରୁ ୭୦ କି.ମି. ରହିବ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି କଟକ, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଅକ୍ଟୋବର ୨ ତାରିଖ ଯାଏ ପ୍ରବଳ ବର୍ଷା ହେବ। ତେବେ ଲଘୁଚାପ ବାତ୍ୟାରେ ପରିଣତ ହେବ କି ନାହିଁ ସେ ନେଇ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି। ଅନ୍ୟପକ୍ଷରେ ସେପ୍ଟେମ୍ବରରେ ସ୍ବାଭାବିକଠାରୁ ୩୦ ପ୍ରତିଶତ ଅଧିକ ବର୍ଷା ହୋଇଛି। ଜୁଲାଇ ଓ ଅଗଷ୍ଟରେ ରାଜ୍ୟରେ ହୋଇଥିବା ନିଅଣ୍ଟିଆ ବର୍ଷା ଭରଣା ହୋଇଛି। ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜୁନ୍‌ ପହିଲାରୁ ସେପ୍ଟେମ୍ବର ୨୩ ତାରିଖ ଯାଏ ରାଜ୍ୟରେ ସ୍ବାଭାବିକ ଭାବେ ୧୧୧୪.୫ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୧୦୮୧ ମିଲିମିଟର । ରାଜ୍ୟର ୩୦ ଜିଲାରୁ ୨୮ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୨ଟି ଜିଲା କେନ୍ଦ୍ରାପଡା ଓ ନବରଙ୍ଗପୁରରେ ସ୍ବାଭାବିକଠାରୁ କମ ବର୍ଷା ହୋଇଛି। ତେବେ ଆସନ୍ତା ଲଘୁଚାପ ବର୍ଷା ଏହାକୁ ଭରଣା କରିବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri