ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ

ଡେରାବିଶ,୨୪।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଲକ ଯଅଁରାବାରିମୂଳ ପଞ୍ଚାୟତ ଯଅଁରାବାରିମୂଳ ଗ୍ରାମରେ ଶୁକ୍ରବାର ରାତିରେ ଗଣେଶମୂର୍ତ୍ତି ଭସାଣି ଶୋଭାଯାତ୍ରା ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏହାକୁ ନେଇ ଥାନାରେ ପୃଥକ୍‌ ପୃଥକ୍‌ ମାମଲା ରୁଜୁ ହୋଇଛି। ଏହି ଘଟଣାରେ ଗ୍ରାମର ଦୁଇଜଣ ଗୁରୁତର ହୋଇଛନ୍ତି। ଉଭୟଙ୍କୁ କଟକ ବଡ଼ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଆହତ ଦ୍ୱୟ ହେଲେ ସୁବ୍ରତ ବଳ ଓ ସିଦ୍ଧାର୍ଥ ବଳ। ଗ୍ରାମର ଅନ୍ୟ କେତେଜଣ ଆହତ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ଚାନ୍ଦୋଳ ଫାଣ୍ଡି ଅଧିକାରୀ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ନେତୃତ୍ୱରେ ପୋଲିସ୍‌ ଟିମ୍‌ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ଏହି ସମୟରେ ଗାଁର ଏକ ଘରେ ନିଆଁ ଲାଗିଯାଇଥିଲା। ଖବର ପାଇ ନିଶ୍ଚିନ୍ତକୋଇଲି ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ।
ଗ୍ରାମର ଅନନ୍ତ ଚରଣ ବଳଙ୍କ ସ୍ତ୍ରୀ କୁସୁମ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ଶୁକ୍ରବାର ରାତି ୮ଟା ୩୦ରେ ଗାଁରେ ଚାଲିଥିବା ଗଣେଶ ଭସାଣି ଶୋଭାଯାତ୍ରା ବେଳେ ତାଙ୍କ ପୁଅ ଅନିରୁଦ୍ଧ ଘରକୁ ଫେରୁଥିଲେ। ହେଲେ ଗ୍ରାମର କେତେଜଣ ଯୁବକ ତାଙ୍କ ପୁଅଙ୍କୁ ଆକ୍ରମଣ କରିଥିଲେ। ନିଜ ଜୀବନ ବଞ୍ଚାଇବାକୁ ଅନିରୁଦ୍ଧ ଘରକୁ ପଳାଇ ଆସିଥିଲେ। ହେଲେ ଗାଁର କେତେଜଣ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ତାଙ୍କ ଘରର ଗେଟ୍‌କୁ ବାଡ଼େଇ ଭାଙ୍ଗିଦେବା ସହ ୨ ବୋହୂ, ଝିଅ ଓ ନାତୁଣୀଙ୍କୁ ଆକ୍ରମଣ କରିବାକୁ ପଛେଇ ନ ଥିଲେ। ଏପରିକି ତାଙ୍କ ଘରକୁ ମଧ୍ୟ ଏହି ଅସାମାଜିକ ଯୁବକମାନେ ନିଆଁ ଲଗାଇ ଦେବା ସହ ପରିବାର ଲୋକଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏହି ଅଗ୍ନିକାଣ୍ଡରେ ଘରର ଲକ୍ଷାଧିକ ଟଙ୍କାର ଆସବାବପତ୍ର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଏ ନେଇ ଗ୍ରାମର ୨୧ ଜଣଙ୍କ ବିରୋଧରେ କୁସୁମ ଅଭିଯୋଗ କରିଛନ୍ତି।ଅପରପକ୍ଷେ ଗ୍ରାମର ସୁବ୍ରତ ବଳଙ୍କ ସ୍ତ୍ରୀ ମୋନିକା ଥାନାରେ ଦେଇଥିବା ଅଭିଯୋଗ ଅନୁଯାୟୀ, ଗଣେଶ ଭସାଣି ଶୋଭାଯାତ୍ରା ସମୟରେ ତାଙ୍କ ସ୍ବାମୀ ସୁବ୍ରତ ଛିଡ଼ା ହୋଇଥିଲେ। ଗ୍ରାମର ଯୁବକ ଅନିରୁଦ୍ଧ ରାସ୍ତାରେ କାହିଁକି ଛିଡ଼ା ହୋଇଛ ବୋଲି ତାଙ୍କୁ କହି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ।ଉପସ୍ଥିତ ଗ୍ରାମବାସୀ ବୁଝାଶୁଝା କରିଥିଲେ। ମାତ୍ର ଅନିରୁଦ୍ଧ ଫୋନ୍‌ ଯୋଗେ ତାଙ୍କ ବାପା ଅନନ୍ତଙ୍କ ସମେତ ତାଙ୍କ ପରିବାରର ୩ଜଣଙ୍କୁ ଘଟଣାସ୍ଥଳକୁ ଡକାଇ ବିଭିନ୍ନ ମାରଣାସ୍ତ୍ରରେ ସୁବ୍ରତଙ୍କୁ ଆକ୍ରମଣ କରିଥିଲେ। ଏଥିସହିତ ଅନିରୁଦ୍ଧଙ୍କ ପରିବାରର ମହିଳାମାନେ ଛାତ ଉପରୁ ଟେକା ପଥର ତାଙ୍କ ଉପରକୁ ଫୋପାଡ଼ି ଥିଲେ ବୋଲି ସେ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଏହି ଆକ୍ରମଣରେ ତାଙ୍କ ସ୍ବାମୀ ସୁବ୍ରତ ଓ ଗ୍ରାମର ସିଦ୍ଧାର୍ଥ ବଳ ରକ୍ତାକ୍ତ ହୋଇଥିଲେ। ଉଭୟ ଅଭିଯୋଗକୁ ଭିତ୍ତିକରି ଥାନାରେ ୨ଟି ମାମଲା(ନଂ.୬୯୨/୨୩ ଓ ୬୯୩/୨୩) ରୁଜୁ କରାଯାଇଛି। ଘଟଣାର ଅଧିକ ତଦନ୍ତ କରାଯାଉଥିବା ସଦର ଥାନା ଅଧିକାରୀ ସରୋଜ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri