ପୁରୀ-ରାଉରକେଲାକୁ ଗଡ଼ିଲା ୨ୟ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର, ୨୫ା୯(ସୁନିତ୍‌ ମିଶ୍ର):ରାଜ୍ୟରେ ରବିବାରଠାରୁ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗଡ଼ିବା ଆରମ୍ଭ କରିଛି। ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ଭିଡିଓ କନଫରେନ୍ସ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଛନ୍ତି। ଏକାସଙ୍ଗେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରାଯାଇଥିବା ବେଳେ ଏସବୁ ୧୧ଟି ରାଜ୍ୟ ଦେଇ ଯିବା ଆସିବା କରିବ। ରବିବାର ଭୁବନେଶ୍ୱର ରେଳ ଷ୍ଟେଶନଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶାର ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି।
ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ, ବିଗତ ବର୍ଷ ଗୁଡ଼ିକରେ ରେଲଓ୍ବେ କ୍ଷେତ୍ରରେ ଓଡ଼ିଶାକୁ ପୂର୍ବରୁ କରାଯାଇଥିବା ଅଣଦେଖା ମୋଦି ସରକାରରେ ଦୂର ହୋଇଛି। ସମଗ୍ର ଭାରତବର୍ଷ ଓ ଓଡ଼ିଶା ପାଇଁ ଆଜି ଗୌରବର ଦିନ। ପ୍ରଧାନମନ୍ତ୍ରୀଙ୍କ କରକମଳରେ ଓଡ଼ିଶାର ସାଂସ୍କୃତିକ ରାଜଧାନୀ ଶ୍ରୀଜଗନ୍ନାଥ ପୁରୀରୁ ଭୁବନେଶ୍ୱର ଦେଇ ଇସ୍ପାତ ନଗରୀ ରାଉରକେଲା ପର୍ଯ୍ୟନ୍ତ ‘ବନ୍ଦେ ଭାରତ ଟ୍ରେନ୍‌’ର ଚଳାଚଳ ଶୁଭାରମ୍ଭ ହୋଇଛି। ବନ୍ଦେ ଭାରତ ଏକ୍ସପ୍ରେସ ନୂଆ ଭାରତର ସାମର୍ଥ୍ୟ, ସମ୍ଭାବନା ଏବଂ ସଂକଳ୍ପର ପ୍ରତୀକ’। ଶୁଭାରମ୍ଭ ହୋଇଥିବା ଦ୍ୱିତୀୟ ବନ୍ଦେ ଭାରତ ଟ୍ରେନ୍‌ ରାଉରକେଲା, ଝାରସୁଗୁଡ଼ା, ରେଢ଼ାଖୋଲ, ସମ୍ବଲପୁର, ଅନୁଗୋଳ, ତାଳଚେର, ଢେଙ୍କାନାଳ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ଦେଇ ପୁରୀ ଯାତାୟାତ କରିବ। ଏହାଦ୍ୱାରା ପୁରୀ ଓ ସମ୍ବଲପୁରରେ ଧାର୍ମିକ ପର୍ଯ୍ୟଟନରେ ଅଭିବୃଦ୍ଧି ହେବା ସହ ଆର୍ଥିକ ବିକାଶ ହେବ ଏବଂ ବ୍ୟବସାୟରେ ବୃଦ୍ଧି ହେବ। ରେଳ ଦୂରତାକୁ କମାଇଥାଏ। ମହାତ୍ମା ଗାନ୍ଧୀ ରେଳରେ ବୁଲି ଦେଶରେ ଜାଗରଣ ସୃଷ୍ଟି କରୁଥିଲେ। ଏକବିଂଶ ଶତାବ୍ଦୀରେ ଅମୃତ କାଳର ପିଢ଼ି ତିଆରି କଲାବେଳେ ବୁଲେଟ ଟ୍ରେନ୍‌ କଲା ଭଳି ଓଡ଼ିଶାରେ ଟ୍ରେନ୍‌ ଚଳାଚଳ ହେଉଛି। ପୂର୍ବରୁ ଗତ ମେ ମାସରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଥମେ ପୁରୀ-ହାଓଡ଼ା ବନ୍ଦେ ଭାରତ ଟ୍ରେନ୍‌ର ଲୋକାର୍ପଣ ହୋଇଥିବା ବେଳେ କମ୍‌ ସମୟର ବ୍ୟବଧାନରେ ପୁରୀ-ଭୁବନେଶ୍ୱର-ରାଉରକେଲା ବନ୍ଦେ ଭାରତ ଟ୍ରେନ୍‌ ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଟ୍ରେନ୍‌ର ଯୋଜନା ଆରମ୍ଭ ହେଲେ ଉକ୍ତ ଟ୍ରେନ୍‌କୁ ପୁରୀରୁ ଭାୟା ସମ୍ବଲପୁର, ବରଗଡ଼, କଳାହାଣ୍ଡି, ନୂଆପଡ଼ା ଦେଇ ରାୟପୁର ପର୍ଯ୍ୟନ୍ତ ଚଳାଚଳ କରିବା ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି। ଓଡ଼ିଶାର ପୁରୀ, କଟକ, ତାଳଚେର ରୋଡ, ରାଉରକେଲା, ବାଲେଶ୍ୱର, ସମ୍ବଲପୁର, ଭଦ୍ରକ, ବ୍ରହ୍ମପୁର ସମେତ ୫୭ଟି ରେଳ ଷ୍ଟେଶନକୁ ନବୀକରଣ କରିବାର କାମ ଚାଲୁ ରହିଛି। ଓଡ଼ିଶାର ସବୁ ସ୍ଥାନରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଭାରତ ସରକାର ପ୍ରତିବଦ୍ଧ ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏହି ଅବସରରେ ଲୋକାର୍ପିତ ବନ୍ଦେ ଭାରତ ଟ୍ରେନ୍‌ରେ ଧର୍ମେନ୍ଦ୍ର ଭୁବନେଶ୍ୱରରୁ ଅନୁଗୋଳ ପର୍ଯ୍ୟନ୍ତ ଯାତ୍ରା କରିଛନ୍ତି। ଛାତ୍ରୀଛାତ୍ର ଏବଂ ଯାତ୍ରୀଙ୍କଠାରୁ ବନ୍ଦେ ଭାରତ ଟ୍ରେନ୍‌ ଯାତ୍ରାର ଅନୁଭୂତି ବୁଝିଥିଲେ। କେନ୍ଦ୍ରମନ୍ତ୍ରୀଙ୍କୁ କଟକ, ଢେଙ୍କାନାଳ, ଅନୁଗୋଳ ସମେତ ବିଭିନ୍ନ ରେଳ ଷ୍ଟେଶନଠାରେ ସ୍ବାଗତ କରାଯାଇଛି।
କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ ସଭା ସଦସ୍ୟ ସୁଲତା ଦେଓ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଜଟଣୀ ବିଧାୟକ ସୁର ରାଉତରାୟ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri