ଖଟିଆରେ ଭରା ନଦୀ ପାର୍‌ ହେଲେ ରୋଗୀ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): ସରକାର କଳାହାଣ୍ଡିକୁ ଆକାଂକ୍ଷା ଜିଲା ଭାବେ ଘୋଷଣା କଲା ପରେ ମଧ୍ୟ ଆଜି ବି’ ଲୋକଙ୍କ ପାଖରେ ବିକାଶ ପହଞ୍ଚି ପାରିନାହିଁ। ଜିଲାର ଦୁର୍ଗମ ପାହାଡିଆ ଓ ବିଚ୍ଛିନ୍ନାଞ୍ଚଳରେ ବର୍ତ୍ତମାନ ବି’ ଆବଶ୍ୟକ ସୁବିଧା ସୁଯୋଗ ମିଳିପାରୁ ନାହିଁ। ଏପରି କି ଗାଁକୁ ପକ୍କା ରାସ୍ତା ନ ଥିବା ବେଳେ ନଦୀ, ନାଳରେ ପୋଲ ନିର୍ମାଣ ହୋଇପାରୁ ନାହିଁ। ଫଳରେ ବିଭିନ୍ନ ସମୟରେ ଲୋକେ ରୋଗୀଙ୍କୁ ଖଟିଆରେ ବୋହି ଭରା ନଦୀ ପାର ହେଉଛନ୍ତି। ପୁଣି ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ବ୍ଲକରେ। ବ୍ଲକର ତଳଝାପି ପଞ୍ଚାୟତ ରାଣୀପଦର ଗାଁର ସୁନ୍ଦର ମାଝୀ ନାମକ ଜଣେ ମହିଳା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡିଥିଲେ। ତେବେ ଗାଁ ନିକଟସ୍ଥ ନଦୀରେ ପାଣି ଆସୁଥିଲେ ମଧ୍ୟ ଜୀବନ ବଞ୍ଚାଇବା ପାଇଁ ତାଙ୍କୁ ଭରା ନଦୀରେ ବିପଦସଙ୍କୁଳ ଭାବେ ଖଟିଆରେ ବୋହି ସମ୍ପର୍କୀୟମାନେ ନଦୀ ପାର କରିଥିଲେ। ପରେ ଆମ୍ବୁଲାନ୍ସ ଯୋଗେ ଥୁଆମୂଳ ରାମପୁର ଡାକ୍ତରଖାନାକୁ ନେଇ ତାଙ୍କୁ ଚିକିତ୍ସା କରାଯାଇଥିଲା। ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିବା ସହ ତୁରନ୍ତ ପୋଲ ନିର୍ମାଣ କରି ଲୋକଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri