ପଞ୍ଚଭୂତରେ ବିଲୀନ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ର

ଭୁବନେଶ୍ୱର,୨୫ା୯(ଅସମାପିକା ସାହୁ): ଚିତ୍ରକଳା ଜଗତ ପାଇଁ ସୋମବାର ହେଉଛି ଏକ ଦୁଃଖଦ ଦିବସ। ପଞ୍ଚମହାଭୂତରେ ଲୀନ ହୋଇଛନ୍ତି ଓଡ଼ିଶାର ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ର। ସ୍ବାଧୀନତା ପୂର୍ବ ଅର୍ଥାତ୍‌ ୧୯୪୦ରେ ବର୍ତ୍ତମାନର ସୁବର୍ଣ୍ଣପୁର ଜିଲାରେ ଜନ୍ମଗ୍ରହଣ କରିଥିଲେ ପଦ୍ମନାଭ। ହାଇସ୍କୁଲ ଶିକ୍ଷା ଗ୍ରହଣ ପରେ ସରକାରୀ କାର୍ଯ୍ୟରେ ଯୋଗଦାନ କରିଥିଲେ। କିନ୍ତୁ ନିଜ ଭିତରେ ଥିବା ଚିତ୍ରକର ତାଙ୍କୁ ସରକାରୀ ଚାକିରିରେ ବାନ୍ଧି ରଖି ପାରି ନ ଥିଲା। ସେ ସରକାରୀ ଚାକିରିର ମୋହ ଭଙ୍ଗ କରି ଚିତ୍ରକଳା ଶିକ୍ଷା ଗ୍ରହଣ ପାଇଁ ଚାଲି ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟ ଶାନ୍ତି ନିକେତନ ଓ ପରେ ନିଜ ମାଟିକୁ ଫେରି ଆସି ଗଙ୍ଗାଧର ମହାବିଦ୍ୟାଳୟ ସମ୍ବଲପୁରରେ ଉଦ୍ଭିଦ ବିଜ୍ଞାନ ବିଭାଗରେ ଚିତ୍ରଶିଳ୍ପୀ ଭାବେ ଯୋଗଦେଇଥିଲେ। କର୍ମମୟ ଜୀବନର କିଛି ସମୟ ଅତବାହିତ ପରେ ନିଜ ଭିତର ଚିତ୍ରଶିଳ୍ପୀ ତାଙ୍କୁ ଆନ୍ଦୋଳିତ କରିଥିଲା। ସେ ପଶ୍ଚିମ ଓଡ଼ିଶାର ଅଗ୍ରଣୀ ଚିତ୍ରକଳା ଅନୁଷ୍ଠାନ ‘ଚିତ୍ରଭୂମି’ ପ୍ରତିଷ୍ଠା କରିଥିଲେ। ବିଭିନ୍ନ ଚିତ୍ରକଳା ପ୍ରଦର୍ଶନୀ ଯଥା ୟୁଥ୍‌ଫୋରମ୍‌, ଭୂମିକା ବଲାଙ୍ଗୀର, ରୋଟାରୀ ସମ୍ବଲପୁର ଓ ଆହୁରି ଅନେକ ଯଥା ସୂଚନା ଭବନରେ ତାଙ୍କ ଏକକ ପ୍ରଦର୍ଶନୀ ‘ଅନ୍ଧାର ଆଲୁଅ’, ‘ମଧୁଶାଳା’ ଆଦି ବେଶ୍‌ ଆଦୃତ। ଶ୍ରୀ ମିଶ୍ର କେବଳ ଯେ, ଜଣେ ଚିତ୍ରଶିଳ୍ପୀ ନ ଥିଲେ ସେ ତବଲା ବାଦନରେ ସ୍ନାତକୋତ୍ତର ମଧ୍ୟ କରିଥିଲେ। ବହୁ ବର୍ଷ ଧରି ନିଜ ଏକମାତ୍ର ପୁତ୍ର ସିଦ୍ଧାର୍ଥଙ୍କ ସହ ଭୁବନେଶ୍ୱରରେ ରହୁଥିଲେ। ସେ ଏକ ଛୋଟ ଦୁର୍ଘଟଣାରେ ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସିତ ହେବା ପରେ ଆଜି ତାଙ୍କର ୮୩ ବର୍ଷ ବୟସରେ ପରଲୋକ ଘଟିଛି। ମୃତ୍ୟଶଯ୍ୟା ନିକଟରେ ବନ୍ଧୁ ପରିଜନ ଉପସ୍ଥିତ ଥିବା ବେଳେ ଏକମାତ୍ର ପୁତ୍ର ସିଦ୍ଧାର୍ଥ ମୁଖାଗ୍ନୀ ଦେଇଥିଲେ। ଚିତ୍ରକଳା ଜଗତରେ ଏକ ଯୁଗର ଅବସାନ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri