ଉଲିବୁରୁ ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଜଷ୍ଟିସ୍‌ ଡି. ଦାସ ଦୀପକଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ତାଙ୍କ ବିରୋଧରେ ରହିଥିବା ସମସ୍ତ ମାମଲାର ଶୁଣାଣି ଶେଷ କରିବା ଲାଗି ହାଇକୋର୍ଟ ନିମ୍ନ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହି ସମୟ ମଧ୍ୟରେ ମାମଲା ଶେଷ ନ ହୁଏ ତେବେ ସେ ନିମ୍ନ ଅଦାଲତରେ ଅନ୍ତରୀଣ ଜାମିନ ଲାଗି ଆବେଦନ କରିପାରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ।
ସୂଚନାଥାଉ କି, ୧୮୦୦ କୋଟି ଟଙ୍କାର ଏହି ବଡ଼ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ମାମଲାରେ ଦୀପକଙ୍କ ସମେତ ତାଙ୍କ ପରିବାର ଲୋକଙ୍କୁ ଭିଜିଲାନ୍ସ ପକ୍ଷଭୁକ୍ତ କରିଥିଲା। ଜାମିନ ପାଇବା ପାଇଁ ଦୀପକ ୬ ଥର ହାଇକୋର୍ଟରେ ଓ ୨ ଥର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ମାତ୍ର ଉଭୟ କୋର୍ଟରେ ଦୀପକଙ୍କୁ ନିରାଶ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri