Posted inଜାତୀୟ

ଛାତ୍ରଙ୍କୁ ସହପାଠୀଙ୍କ ଦ୍ୱାରା ମାଡ଼ ମରାଇବା ମାମଲା: ତଦନ୍ତ ଲାଗି ବରିଷ୍ଠ ଆଇପିଏସ୍‌ ଅଫିସର ନିଯୁକ୍ତ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫ା୯): ଉତ୍ତରପ୍ରଦେଶର ମୁଜାଫରନଗରସ୍ଥିତ ଏକ ଘରୋଇ ସ୍କୁଲ୍‌ରେ ଜଣେ ୮ ବର୍ଷର ମୁସଲମାନ ଛାତ୍ରଙ୍କୁ ସହପାଠୀମାନଙ୍କ ଦ୍ୱାରା ଶିକ୍ଷୟିତ୍ରୀ ମାଡ଼ ମରାଇବା ଘଟଣା ଅତ୍ୟନ୍ତ ସାଂଘାତିକ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହି ମାମଲାର ତଦନ୍ତ ପାଇଁ ଜଣେ ବରିଷ୍ଠ ଆଇପିଏସ୍‌ ଅଫିସର ନିଯୁକ୍ତ କରିବାକୁ ସର୍ବୋଚ୍ଚ ଅଦାଲତ ସୋମବାର ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତକାରୀ ଅଫିସର ତାଙ୍କ ରିପୋର୍ଟ ସୁପ୍ରିମକୋର୍ଟରେ ଦାଖଲ କରିବାକୁ ଜଷ୍ଟିସ ଅଭୟ ଏସ୍‌. ଓକା ଏବଂ ପଙ୍କଜ ମିଥଲଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେବା ସହ ରାଜ୍ୟ ସରକାର ପୀଡ଼ିତ ଛାତ୍ର ଓ ଅନ୍ୟମାନଙ୍କୁ କୌଣସି ପେସାଦାର ପରାମର୍ଶଦାତାଙ୍କ ଦ୍ୱାରା କାଉନ୍‌ସେଲିଂ କରାଇବା ପାଇଁ କହିଛନ୍ତି। ଉତ୍ତରପ୍ରଦେଶ ସରକାର ଶିକ୍ଷା ଅଧିକାର ଆଇନରେ ଥିବା ବ୍ୟବସ୍ଥାଗୁଡ଼ିକର ଅନୁପାଳନରେ ବିଫଳ ହୋଇଥିବା ଏହି ମାମଲାରୁ ଜଣାପଡ଼ିଛି। ଜାତି, ଧର୍ମ ଓ ଲିଙ୍ଗ ନିର୍ବିଶେଷରେ କୌଣସି ଭେଦଭାବ ନ ରଖି ୧୪ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କୁ ଉନ୍ନତ ମାନର ମୁକ୍ତ ଓ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ କରିବାକୁ ଶିକ୍ଷା ଅଧିକାର ଆଇନରେ ବ୍ୟବସ୍ଥା ରହିଛି। ସାରା ଦେଶରେ ଥିବା ସ୍କୁଲ୍‌ଗୁଡ଼ିକରେ ଉକ୍ତ ଆଇନ କାର୍ଯ୍ୟକାରୀ ହୋଇଛି କି ନାହିଁ ତାହାର ଏକ ଷ୍ଟାଟସ୍‌ ରିପୋର୍ଟ ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ ୟୁପି ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ମାମଲାର ଶୀଘ୍ର ବିଚାର ଲାଗି ମହାତ୍ମା ଗାନ୍ଧୀଙ୍କ ଅଣନାତି ତୁଷାର ଗାନ୍ଧୀ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ। ଛାତ୍ରଙ୍କୁ ମାଡ଼ ମରାଇବା ଘଟଣାରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ତାହାର ଏକ ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି ଗତ ୬ ତାରିଖରେ ସର୍ବୋଚ୍ଚ ଅଦାଲତ ମୁଜାଫରନଗର ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଘର ପାଠପଢ଼ା କରି ନ ଥିବାରୁ ଛାତ୍ରଙ୍କ ସମ୍ପ୍ରଦାୟ ନାଁ ନେଇ ଗାଳିଦେବା ସହ ପିଲାମାନଙ୍କ ଦ୍ୱାରା ମାଡ଼ ମରାଇଥିବା ଶିକ୍ଷୟିତ୍ରୀଙ୍କ ବିରୋଧରେ ମୁଜାଫରନଗର ପୋଲିସ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri