ବିଶିଷ୍ଟ କୃଷି ବୈଜ୍ଞାନିକ ଡ. ଏମ୍‌ଏସ୍‌ ସ୍ବାମୀନାଥନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ଅସମାପିକା ସାହୁ): ବିଶିଷ୍ଟ କୃଷି ବୈଜ୍ଞାନିକ ଡ. ଏମ୍‌ଏସ୍‌ ସ୍ବାମୀନାଥନଙ୍କ ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ଏମ୍‌ଏସ୍‌ ସ୍ବାମୀନାଥନଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ। ଭାରତରେ ସବୁଜ ବିପ୍ଳବର ପିତା ଭାବରେ ଜଣାଶୁଣା ସ୍ବାମୀନାଥନ ଭାରତର କୃଷି କ୍ଷେତ୍ରରେ ବିପ୍ଳବ ଆଣିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଏବଂ କୃଷକଙ୍କ ଅବସ୍ଥାକୁ ପରିବର୍ତ୍ତନ କରିଥିଲେ। ସେ ସାରା ଜୀବନ ଟେକ୍ନୋଲୋଜି ମାଧ୍ୟମରେ କୃଷକଙ୍କ ସଶକ୍ତିକରଣ ପାଇଁ କାର୍ଯ୍ୟ କରିଥିଲେ ଏବଂ  ଉପଯୁକ୍ତ କୃଷକମାନଙ୍କ ଜନନୀତି ପାଇଁ ଲଢ଼ିଥିଲେ।

ଓଡ଼ିଶା ସହିତ ତାଙ୍କର ସୁସମ୍ପର୍କକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଓଡ଼ିଶାରେ ତାଙ୍କର ପ୍ରଥମ ଗବେଷଣା ଆରମ୍ଭ କରିଥିଲେ ଏବଂ ରାଜ୍ୟ କୃଷକମାନଙ୍କୁ ସବୁ ପ୍ରକାରରେ ସାହାଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟିତ ଥିଲେ। ଓଡ଼ିଶାର ଆଦିବାସୀ ଅଞ୍ଚଳରେ ଚାଷ କାର୍ଯ୍ୟରେ ଉନ୍ନତି ଆଣିବାରେ ତାଙ୍କର ଅବଦାନ ଅତୁଳନୀୟ। ତାଙ୍କ ବିୟୋଗରେ କୃଷି ବିଜ୍ଞାନ କ୍ଷେତ୍ରରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେଲା।

ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ତାଙ୍କର ଗଭୀର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri