କଥାକାର ଭୀମ ପୃଷ୍ଟି ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୨୯।୯(ଶର୍ମିଷ୍ଠା ପାଣିଗ୍ରାହୀ):ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ଚଳିତ ବର୍ଷର ୪୪ତମ ଶାରଳା ପୁରସ୍କାରରେ ବିଶିଷ୍ଟ କଥାକାର ଭୀମ ପୃଷ୍ଟି ସମ୍ମାନିତ ହେବେ। ୨୦୧୭ ମସିହାରେ ପଶ୍ଚିମା ପବ୍ଲିକେଶନ୍‌ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ। ଆସନ୍ତା ଅକ୍ଟୋବର ୨୬ରେ ଇମ୍ଫା ପକ୍ଷରୁ ୫ଲକ୍ଷ ଟଙ୍କାର ଅର୍ଥରାଶି, ଉତ୍ତରୀୟ ଓ ଫଳକ ସହ ଦିଆଯିବ। ପୃଷ୍ଟିଙ୍କ ‘ଜମ୍ବୁଲୋକ’ ସହିତ ଚୂଡ଼ାନ୍ତ ପର୍ଯ୍ୟାୟ ବିଚାର ପ୍ରକ୍ରିୟାରେ ସାମିଲ ହୋଇଥିବାବେଳେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟରେ ବିଜୟ କୁମାର ଶତପଥୀଙ୍କ ‘ନଷ୍ଟନୀଡ଼ର ଉପକଥା’, ଅପର୍ଣ୍ଣା ମହାନ୍ତିଙ୍କ ‘ଅଗ୍ନି କମଳିନୀ’, ଅମରେଶ ପଟ୍ଟନାୟକଙ୍କ ‘ଚାହଁ ବା ନ ଚାହଁ’, ସରୋଜିନୀ ସାହୁଙ୍କ ‘ଦାଦନ’, ରମେଶ ପ୍ରସାଦ ପାଣିଗ୍ରାହୀଙ୍କ ‘କାନୀନ’ ଏବଂ ପ୍ରଦୀପ କୁମାର ପଣ୍ଡାଙ୍କ ‘ଯାହା ମୁଁ ଚାହୁଁ ନ ଥିବି’ ପୁସ୍ତକ ରହିଥିଲା। ପ୍ରାଥମିକ ପୁସ୍ତକ ଚୟନ ମଣ୍ଡଳୀରେ ସୀତେଶ ତ୍ରିପାଠୀ, ଡ. ସୁଚେତା ମିଶ୍ର, ଡ. ପରମେଶ୍ୱର ମୁଣ୍ଡ, ବୈଜୟନ୍ତୀ ମିଶ୍ର ଏବଂ ଡ. ପ୍ରୀତିଧାରା ସାମଲ ବିଚାରକ ଥିବାବେଳେ ଚୂଡ଼ାନ୍ତ ପର୍ଯ୍ୟାୟରେ ଅଧ୍ୟାପକ ବିଶ୍ୱରଞ୍ଜନ, ଡ. ମୃଣାଳ ଚାଟାର୍ଜୀ, ଡ. ପ୍ରସନ୍ନ କୁମାର ମହାନ୍ତି, ଡ. ଯଶୋଧାରା ମିଶ୍ର, ରଞ୍ଜନ କୁମାର ଦାସ, ଚିରଶ୍ରୀ ଇନ୍ଦ୍ରସିଂ ଏବଂ ଆଦିତେଶ୍ୱର ମିଶ୍ର ରହିଥିଲେ।
ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା- ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୩ ମସିହା ପାଇଁ ଘୋଷିତ ହୋଇଛି। ପଟ୍ଟଚିତ୍ର ଶିଳ୍ପୀ ଗୁରୁ ବେଣୁଧର ମହାପାତ୍ର ଏବଂ ପ୍ରସିଦ୍ଧ ବଂଶୀବାଦକ ଗୁରୁ ମୋହିନୀ ମୋହନ ପଟ୍ଟନାୟକଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ସଙ୍ଗୀତ ବିଭାଗରେ ଅରୁଣା ମହାନ୍ତି, ରତିକାନ୍ତ ମହାପାତ୍ର, ମିତାଲି ଚିନାରା ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକୀଲ, ବିୟତପ୍ରଜ୍ଞା ତ୍ରିପାଠୀ ଓ ରମାକାନ୍ତ ସାମନ୍ତରାୟ ବିଚାରକ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri