୫ ଦିନ ହେଲା ଯାଉନାହାନ୍ତି ହାତୀପଲ

ଘଣ୍ଟାପଡ଼ା,୨୯ା୯(ପ୍ରଭାତ କୁମାର ସାହୁ): ଜଙ୍ଗଲ ଯିବାକୁ ନା ଧରୁନାହାନ୍ତି ହାତୀପଲ। ରାତିରେ ଚାଷୀଙ୍କ ଜମିରୁ ଫସଲ ଖାଇ ସକାଳୁ ପୁଣି ନଦୀ ତଟରେ ରହୁଛନ୍ତି। ଏହାକୁ ନେଇ ବୌଦ୍ଧ ଜିଲା କଣ୍ଟମାଳ ରେଞ୍ଜ ଅଧୀନ ଘଣ୍ଟାପଡ଼ା ଓ କଣ୍ଟାମାଳ ସେକ୍ସନର ତେଲ ନଦୀ ତଟରେ ରହୁଥିବା ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି।

ମିଳିଥିବା ସୂଚନା ମୁତାବକ, ୫ଦିନ ହେବ ଉକ୍ତ ହାତୀପଲ ନଦୀ ଆରପଟ ତରଭା ବନାଞ୍ଚଳକୁ ଯିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ହାତୀପଲରେ ଅନେକ ଛୁଆ ଥିବାରୁ ସେମାନେ ତେଲ ନଦୀ ସ୍ରୋତରେ ଆରପାରିକୁ ଯାଇପାରୁନାହାନ୍ତି। ଫଳରେ ରାତିରେ ଚାଷୀଙ୍କ ଫସଲ ଖାଇ ଦଳି ନଷ୍ଟ କରି ସକାଳୁ ପାଖ ନଦୀତଟ ଜଙ୍ଗଲରେ ଆଶ୍ରୟ ନେଉଛନ୍ତି। କଣ୍ଟାମାଳ ରେଞ୍ଜର କ୍ଷୀରାବ୍ଧି ପ୍ରଧାନଙ୍କ ନେତୃତ୍ୱରେ ବନ କର୍ମଚାରୀ ହାତୀଙ୍କ ଗତିବିଧି ଲକ୍ଷ୍ୟ କରୁଥିଲେ ସୁଦ୍ଧା ଜଙ୍ଗଲକୁ ଘଉଡ଼ାଇବାରେ ଅସଫଳ ହେଉଛନ୍ତି। ଗୁରୁବାର ହାତୀପଲ ମାଣିକପୁର ନଦୀତଟ ଜଙ୍ଗଲରେ ଆଶ୍ରୟ ନେଇଥିବା ବେଳେ ଶୁକ୍ରବାର ଶ୍ରୀମାଳ ନଦୀତଟ ଶାଗୁଆନ ଜଙ୍ଗଲରେ ଆଶ୍ରୟ ନେଇଛନ୍ତି। ବନ ବିଭାଗର ଉଚ୍ଚ ପଦାଧିକାରୀ ହାତୀ ଘଉଡ଼ାଇବାକୁ ପଦକ୍ଷେପ ନେବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଶୀଘ୍ର କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri