ଭୁବନେଶ୍ୱର, ୩୦।୯(ସୁନିତ୍ ମିଶ୍ର): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନ ୧୫୭ଟି ଡାକବଙ୍ଗଳା (ଆଇବି) ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ସେଥିମଧ୍ୟରୁ କେନ୍ଦୁଝରରେ ସର୍ବାଧିକ ୨୩ଟି ଆଇବି ଏବଂ ରେଷ୍ଟ ସେଡ୍ ଜରାଜୀର୍ଣ୍ଣ ଅବସ୍ଥାରେ ଅଛି। ସେହିପରି ବୌଦ୍ଧ ଜିଲାର ୧୨ଟି, ଗଞ୍ଜାମ ଜିଲାର ୧୪, ଅନୁଗୋଳର ୯, ବରଗଡ଼ର ୪, ଭଦ୍ରକର ୩, ବଲାଙ୍ଗୀରର ୩, କଟକର ୧, ଦେବଗଡ଼ର ୧, ଗଜପତିର୯, ଯାଜପୁରର ୪, ଝାରସୁଗୁଡ଼ାର ୭, କଳାହାଣ୍ଡିର ୬, କନ୍ଧମାଳର ୧୫, କେନ୍ଦ୍ରାପଡ଼ାର ୬ଟି ଡାକବଙ୍ଗଳା ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ସେହିପରି କୋରାପୁଟର ୫, ମାଲକାନଗିରିର ୩, ମୟୂରଭଞ୍ଜର ୫, ନବରଙ୍ଗପୁରର ୫, ନୟାଗଡର ୨, ନୂଆପଡ଼ାର ୪, ପୁରୀର ୩, ରାୟଗଡ଼ାର ୪, ସମ୍ବଲପୁରର ୬, ଏବଂ ସୁନ୍ଦରଗଡ଼ର ୩ଟି ଜରାଜୀର୍ଣ୍ଣ ଭାବେ ପଡ଼ିରହିଛି। ବାଲେଶ୍ୱର, ଢେଙ୍କାନାଳ, ଜଗତ୍ସିଂହପୁର, ଖୋର୍ଦ୍ଧା, ସୁବର୍ଣ୍ଣପୁର ଜିଲାରେ ସେମିତି କିଛି ଡାକବଙ୍ଗଳା ଜରାଜୀର୍ଣ୍ଣ ଅବସ୍ଥାରେ ନାହିଁ। ତେବେ ଜିଲାଗୁଡିକରୁ ପ୍ରସ୍ତାବ ନ ଆସିବା ଯୋଗୁ ଉପରୋକ୍ତ ୧୫୭ଟି ଡାକବଙ୍ଗଳା ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବା ମନ୍ତ୍ରୀ ସୁଦାମ ମାରାଣ୍ଡି ତାଙ୍କ ଉତ୍ତରରେ କହିଛନ୍ତି।
ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ
ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...
କ୍ରିକେଟ୍ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍ ଟଳିପଡ଼ିଲେ: ଆଉ ତା’ପରେ…
ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...
୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା
ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...
ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ
ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...
ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ
ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...
ଭାଷଣ ଦେଉଥିଲେ ଭାଜପା ଏମ୍ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…
ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...
ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ
ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...
Archives


