ତୀବ୍ର ହେଉଛି ଶିକ୍ଷକ ଆନ୍ଦୋଳନ

ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ଅଧିକାର ଓ ଦାବିକୁ ନେଇ ଶିକ୍ଷୟିତ୍ରୀ ଶିକ୍ଷକ, ଅଧ୍ୟାପକ ଓ କର୍ମଚାରୀ ଶିକ୍ଷାନୁଷ୍ଠାନ ଛାଡ଼ି ରାଜଧାନୀ ରାସ୍ତାରେ ବସି ରହିଛନ୍ତି। ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଆହ୍ବାନରେ ୫ଦିନ ହେବ ହଜାର ହଜାର ଶିକ୍ଷକ ଲୋୟର ପିଏମ୍‌ଜିରେ ଆନ୍ଦୋଳନ ଚଳାଇଛନ୍ତି। ସେହିପରି ୨ଦଫା ଦାବି ନେଇ ଓଡ଼ିଶା ସରକାରୀ ହାଇସ୍କୁଲ(ମାଧ୍ୟମିକ) ନୂତନ ପେନ୍‌ସନ ଯୋଜନାଭୁକ୍ତ(ଏନ୍‌ପିଏସ୍‌) ଶିକ୍ଷକ ସଂଘ ପକ୍ଷରୁ ମଧ୍ୟ ଆନ୍ଦୋଳନ ଜାରି ରହିଛି। ଅନ୍ୟପଟେ ଓଡିଶାର ସମସ୍ତ ବେସରକାରୀ ଅନୁଦାନ ଓ ଅଣ-ଅନୁଦାନ (ଯୁକ୍ତ୨ ଓ ଯୁକ୍ତ୩) ମହାବିଦ୍ୟାଳୟ ତଥା ସଂସ୍କୃତ ଶିକ୍ଷାନୁଷ୍ଠାନଗୁଡିକର ପରିଚାଳନା କମିଟି ଦ୍ୱାରା ୨୦୦୮ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଦୁଇମାସରୁ ଅଧିକ ସମୟ ଧରି ଧାରଣାରେ ବସିଛନ୍ତି। ଫଳରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଥିବାବେଳେ ଶୈକ୍ଷିକ ପରିବେଶ ମଧ୍ୟ ଭୁଶୁଡି ପଡିଛି। ଆଲୋଚନା ଫଳପ୍ରଦ ହେଉ ନ ଥିବାରୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ସଙ୍କଟଜନକ ସ୍ଥିତି ଉପୁଜିଛି। ଆନ୍ଦୋଳନକାରୀ ଓ ରାଜ୍ୟ ସରକାର ନିଜ ନିଜ ଜିଦ୍‌ରେ ଅଟଳ ଥିବାବେଳେ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ଏପରିସ୍ଥିତିରେ ବିଭିନ୍ନ ସଂଘ ପକ୍ଷରୁ ଶନିବାର ଗାନ୍ଧୀମାର୍ଗରେ ମହାସମାବେଶ ଡାକରା ଦିଆଯାଇଛି।
ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ମହାସମାବେଶରେ ଆହୁରି ୫୦ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ରାଜଧାନୀରେ ପହଞ୍ଚତ୍ ମହାସମାବେଶରେ ଯୋଗଦେବେ। ଏଥିସହ ଏହି ସମାବେଶରେ ବହୁ ପୁରାତନ ଛାତ୍ର, ଅଭିଭାବକ, ପରିଚାଳନା କମିଟି ମଧ୍ୟ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଓଷ୍ଟାର ସଭାପତି ଅକ୍ଷୟ କୁମାର ମିଶ୍ର କହିଛନ୍ତି, ସରକାର ଶିକ୍ଷକଙ୍କ ଦାବି ପୂରଣ ନ କରିବା ଚିନ୍ତାର ବିଷୟ। ଅଧିକାଂଶ ବିଦ୍ୟାଳୟକୁ ଅନୁଦାନ ନାହିଁ, ଶିକ୍ଷକଙ୍କ ପେନସନ୍‌ ନାହିଁ କି ଚାକିରି ସର୍ତ୍ତାବଳୀ ନାହିଁ। ସପ୍ତମ ବେତନ କମିଶନ ପାଇବା ଯେଉଁମାନଙ୍କର ହକ୍‌ ସେମାନଙ୍କୁ ଦେଉନାହାନ୍ତି। ପୁଣି ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟକୁ ସରକାର ସରକାରୀକରଣ କଲେ ନାହିଁ। ଫଳରେ ଏହିସବୁ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ହୋଇପାରୁନାହିଁ। ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ କରି ୨୦୧୩ ମସିହା ପରେ ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ସମସ୍ତ ସୁବିଧା ଦେଲେ। ମାତ୍ର ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତିପ୍ରାପ୍ତ ଶିକ୍ଷକଙ୍କୁ ବରିଷ୍ଠତା ପ୍ରଦାନ କରିବା ଏବଂ ବାର୍ଷିକ ଇନ୍‌କ୍ରିମେଣ୍ଟ ନ ଦେବା ଆଇନର ପରିପନ୍ଥୀ ବୋଲି କହି ସେ କ୍ଷୋଭ ପ୍ରକାଶ କରିଛନ୍ତି।
ଏନ୍‌ପିଏସ୍‌ ଶିକ୍ଷକ ସଂଘ ସଭାପତି ପୂର୍ଣ୍ଣଚନ୍ଦ୍ର ଆଏଚ କହିଛନ୍ତି, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କର ୬ବର୍ଷ ନିଯୁକ୍ତି ଅବଧିକୁ ମୂଳ ଚାକିରିରେ ଯୋଗ ସହ ୬ଟି ନୋଶନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ କରିବା ଏବଂ ପୁରୁଣା ପେନ୍‌ସନ ନିୟମ ଲାଗୁ କରିବା ଦାବିରେ ଆନ୍ଦୋଳନ ଚାଲିଛି। ଗୁରୁବାର ସଂଘ ପ୍ରତିନିଧି ଦଳ ଅର୍ଥମନ୍ତ୍ରୀ ବିକ୍ରମକେଶରୀ ଆରୁଖଙ୍କୁ ଭେଟିଥିବାବେଳେ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଭେଟି ଆଲୋଚନା କରିଥିଲେ। ଶିକ୍ଷକଙ୍କ ଦାବି ସମ୍ପର୍କରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିରେ ଆଲୋଚନା ହୋଇପାରି ନ ଥିବାରୁ କୌଣସି ନିଷ୍କର୍ସ ବାହରି ପାରୁନାହିଁ। ତେବେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ୨ହଜାରରୁ ଅଧିକ ଶିକ୍ଷକ ଆନ୍ଦୋଳନରେ ସାମିଲ ହୋଇଥିବାବେଳେ ଆଗକୁ ଆନ୍ଦୋଳନ ତୀବ୍ରତର ହେବ ବୋଲି ସେ ଚେତାବନୀ ଦେଇଛନ୍ତି।
ଅନ୍ୟପକ୍ଷରେ ଏକମାତ୍ର ଦାବି ସରକାରୀ ଅନୁଦାନ ନୀତି (ଜିଆଇଏ) ଲାଗୁ କରିବା ପାଇଁ ବେସରକାରୀ ଅନୁଦାନ ଓ ଅଣ-ଅନୁଦାନ (ଯୁକ୍ତ୨ ଓ ଯୁକ୍ତ୩) ମହାବିଦ୍ୟାଳୟ ଅଧ୍ୟାପିକା ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ସଂଘ ପକ୍ଷରୁ ଗାନ୍ଧୀମାର୍ଗରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଚାଲିଛି। ୩୫୦୦ ଅଧ୍ୟାପିକା ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ଅହୋରାତ୍ର ଧାରଣା ଦେଇଛନ୍ତି। ୩ଥର ମହାସମାବେଶ କରି ଓ ବିଭିନ୍ନ ଉପାୟରେ ସରକାରଙ୍କର ଦୃଷ୍ଟି ଆକର୍ଷଣ କରି ଆସୁଥିଲେ ମଧ୍ୟ କୌଣସି ଦାବି ପୂରଣ ହେଉ ନାହିଁ। ତେଣୁ ଶନିବାର ମହାସମାବେଶ କରିବା ପାଇଁ ସଂଘ ତରଫରୁ ନିଷ୍ପତ୍ତି ନିଆଯାଇଥିବା ରାଜ୍ୟ ସଭାପତି ଡ. ଦେବ ବିଜୟ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri