ଅନୁଷ୍କାଙ୍କ ଦ୍ୱିତୀୟ ଗର୍ଭ ନେଇ ଚର୍ଚ୍ଚା

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ଓ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଘରେ ଏବେ ପୁଣିଥରେ ଶିଶୁର କ୍ରନ୍ଦନ ଶୁଣିବାକୁ ମିଳିବ। ଦ୍ୱିତୀୟଥର ପାଇଁ ମା’ ହେବାକୁ ଯାଉଛନ୍ତି ଅନୁଷ୍କା। ସେ ଏବେ ଗର୍ଭବତୀ ଥିବା ନେଇ ଏକ ରିପୋର୍ଟରୁ ଜଣାପଡ଼ିଛି। ଏନେଇ କପଲ ଗର୍ଭକାଳୀନ ସମୟକୁ ଖୁବ୍‌ ଉପଭୋଗ କରୁଛନ୍ତି। କୁହାଯାଉଛି, ଗତଥର ଭଳି ଏଥର ବି ଶେଷ ମୁହୂର୍ତ୍ତରେ ଦମ୍ପତି ଲୋକଙ୍କ ସହ ଏହି ଖୁସି ଖବର ଶେୟାର କରିବେ। ତେବେ କିଛିଦିନ ତଳେ ଦୁହିଙ୍କୁ ଏକ ମାଟର୍ନିଟି କ୍ଲିନିକ୍‌ ବାହାରେ ଦେଖିବାକୁ ମିଳିଥିଲା। ଫଳରେ ଅନୁଷ୍କାଙ୍କ ଗର୍ଭଧାରଣ ନେଇ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିଛି। ତେବେ ସେମାନେ ୨୦୧୭ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ବିବାହର ୩ ବର୍ଷ ପରେ ୨୦୨୧ରେ ସେମାନଙ୍କର ପ୍ରଥମ ସନ୍ତାନରେ ଏକ ଝିଅ ଜନ୍ମ ହୋଇଥିଲା। ଜନ୍ମଠାରୁ ଏବେ ଯାଏ ଦୁହେଁ ଝିଅକୁ ଲାଇମଲାଇଟ୍‌ରୁ ଦୂରେଇ ରଖିଛନ୍ତି। ତାଙ୍କ ଦ୍ୱିତୀୟ ଗର୍ଭଧାରଣ ବିଷୟରେ ମଧ୍ୟ ସେମାନେ ଏଯାଏ ଶେୟାର କରିନାହାନ୍ତି। ତେବେ ଅନୁଷ୍କା ୨୦୦୮ରେ ‘ରବ୍‌ନେ ବନାଦି ଯୋଡ଼ି’ରୁ ତାଙ୍କ ବଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ। ଶେଷଥର ପାଇଁ ତାଙ୍କୁ ଫିଲ୍ମ କ୍ୱାଲାରେ ଦେଖିବାକୁ ମିଳିଥିଲା। ନିକଟରେ ସେ ତାଙ୍କ ଆଗାମୀ ଫିଲ୍ମ ‘ଚକ୍‌ଦା ଏକ୍ସପ୍ରେସ୍‌’ର ଶୁଟିଂ ଶେଷ କରିଛନ୍ତି, ଯେଉଁଥିରେ ସେ ପୂର୍ବତନ କ୍ରିକେଟର ଝୁଲଣ ଗୋସ୍ବାମୀଙ୍କ ଭୂମିକାରେ ନଜରକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri