ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓଥେରାପିଷ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର)କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାଟିକାନ୍‌ ସିଟି ଗସ୍ତ କରିଥିବା ସମୟରେ ତାଙ୍କ ସାଙ୍ଗରେ ଯାଇଥିବା ଶ୍ରଦ୍ଧା କିଏ ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ଏହାସହ ତାଙ୍କୁ ସରକାରୀ ବଙ୍ଗଳା ମିଳିଥିବା ସହ ଶ୍ରଦ୍ଧାଙ୍କ ଭାଟିକାନ୍‌ ସିଟି ଗସ୍ତ ପାଇଁ ଟିକେଟ କିଏ ଦେଇଥିଲେ ବୋଲି ବିରୋଧୀ ଦଳ ପକ୍ଷରୁ ପ୍ରଶ୍ନ ଉଠାଯାଇଥିଲା। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଗୃହରେ ଏହା ଉପରେ ବିବୃତି ଦେଇ ବିରୋଧୀ ଉଠାଇଥିବା ପ୍ରଶ୍ନ ଉପରୁ ଦ୍ୱନ୍ଦ୍ୱ ଦୂର କରିଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରଦ୍ଧା ହେଉଛନ୍ତି ଜଣେ ଫିଜିଓଥେରାଫିଷ୍ଟ। ତାଙ୍କ ଶାରୀରିକ ସୁସ୍ଥତା ଲାଗି ଭଉଣୀ ସ୍ବର୍ଗତା ଗୀତା ମେହେଟ୍ଟା ଶ୍ରଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ। ତାଙ୍କୁ କୌଣସି ସରକାରୀ ବଙ୍ଗଳା ଦିଆଯାଇ ନାହିଁ। ତାଙ୍କ ଗସ୍ତ ଖର୍ଚ୍ଚ ମଧ୍ୟ ସରକାର ବହନ କରିନାହାନ୍ତି। ଗୃହରେ ଆମେ ଆମର ଗୁରୁତ୍ୱପୂର୍ଣ୍ଣ ସମୟ ଲୋକମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ଆଲୋଚନା କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri