ମା’ ତାରାତାରିଣୀ ମନ୍ଦିରରେ ଷୋଡ଼ଶ ଉପଚାର ପୂଜା ନେଇ ପ୍ରଶାସନର ପ୍ରସ୍ତୁତି

ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଆସନ୍ତା ୬ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ମା’ ତାରାତାରିଣୀ ମନ୍ଦିରରେ ହେବ ଷୋଡ଼ଶ ଉପଚାର ପୂଜା। ଏଥିପାଇଁ ବୁଧବାର ଗଞ୍ଜାମ ଜିଲାପାଳ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମା’ଙ୍କ ବେଶ ସହ ଚଣ୍ଡୀପାଠ ୧୬ ଦିନ ପର୍ଯ୍ୟନ୍ତ ହେବା ସହ ଅନ୍ୟସବୁ ପ୍ରସ୍ତୁତି ବିଷୟରେ ବୈଠକରେ ଆଲୋଚନା ହୋଇଥିଲା। ଏହି ଷୋଡ଼ଶ ବେଶ ଦେଖିବା ପାଇଁ ବହୁ ଭକ୍ତଙ୍କ ଆଗମନ ହେବ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି କରିବାକୁ ପଡ଼ିବ। ଆଉ ମାତ୍ର ହାତ ଗଣତି ଦୁଇ ଦିନ ରହିଛି। ତେଣୁ ସମସ୍ତ ପ୍ରକାରର ପ୍ରସ୍ତୁତି ଶେଷ କରିବାକୁ କୁହାଯାଇଛି। ମନ୍ଦିରର ସଫେଇ ସଠିକ ଭାବେ କରିବାକୁ କୁହାଯାଇଛି। ଗତଥର ଦୀପ ପିଣ୍ଡ ଛୋଟ ଅଘଟଣ ହୋଇଥିଲା। ଏହାକୁ ଦୃଷ୍ଟିରେ ଅଗ୍ନିଶମ ବିଭାଗ ରହିବା ସେହି ସ୍ଥାନରେ ଦୀପ ବାରଣ ରହିଛି। ୬ରୁ ୨୨ ତାରିଖ ଧରି ଷୋଡ଼ଶ ପୂଜା ମା’ଙ୍କ ରୀତିନୀତି ଅନୁସାରେ ସମସ୍ତ କାମ ଯେପରି ସଠିକଭାବେ ସମାପ୍ତ ହେବା ସେନେଇ ଜିଲାପାଳ ଗୁରୁତ୍ୱ ଦେଇଥିଲେ। ଆସନ୍ତା ଶୁକ୍ରବାର ଦିନ ଶହେ ଜଣ ମହିଳା ମନ୍ଦିର ଉପରକୁ କଳସ ପାଣି ନେଇକି ଯିବେ, ତେଣୁ ସମସ୍ତ ପାହାଚ ସଫା ସହ ଆଲୋକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ,ଛାତ୍ରପୁର ଉପଜିଲାପାଳ ପ୍ରସନ୍ନ ପାତ୍ର, ଡୁଡା ପିଡି ନୀଳମାଧବ ଭୋଇ, ବିଡିଏ ସଚିବ ସମ୍ବିତ କୁମାର ରାଉତ,ମନ୍ଦିର ଟ୍ରଷ୍ଟ ସମ୍ପାଦକ ପ୍ରମୋଦ କୁମାର ପଣ୍ଡା,ମନ୍ଦିର ସେବାୟତ ସଂଘର ସଭାପତି ତପନ ରଣା, ମୁଖ୍ୟ ପୂଜକ ବାପୁଜୀ ରଣା, ସ୍ଥାନୀୟ ବିଡିଓ ବିଜୟ କୁମାର ବେହେରା, ତହସିଲଦାର, ଗଞ୍ଜାମ ଅବକାରୀ ଅଧୀକ୍ଷକ ଦେବୀ ପ୍ରସାଦ ଦାଶ, ସୁଜିତ ନାୟକ, ପୁରୁଷୋତ୍ତମପୁର ଥାନାଧିକାରୀ ସମୀର କୁମାର ରାଉତରାୟଙ୍କ ସମେତ ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri