Odisha Elections 2024

ଡିଏନ୍‌ଏ ରିପୋର୍ଟ: ପୁଅ ନୁହେଁ, ଝିଅ ହୋଇଥିଲା

ଭୁବନେଶ୍ୱର,୬ା୧୦(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାର ୯ଦିନ ପରେ ଗୁରୁବାର ସତ ପଦାକୁ ଆସିଛି। ଅଭିଯୋଗକାରୀ ପିତା ତଥା କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳର ବାସିନ୍ଦା ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀଙ୍କର ପୁଅ ନୁହେଁ, ଝିଅ ହିଁ ଜନ୍ମ ହୋଇଥିଲା। ଷ୍ଟେଟ୍‌ ଫୋରେନ୍‌ସିକ୍‌ ସାଇନ୍ସ ଲାବରେଟୋରି(ଏସ୍‌ଏଫ୍‌ଏସ୍‌ଏଲ) ପକ୍ଷରୁ ପୋଲିସକୁ ମିଳିଥିବା ଡିଏନ୍‌ଏ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି। ଏ ସଂକ୍ରାନ୍ତରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେବାପରେ ଶିଶୁ ଅଦବଦଳ ଘଟଣାକୁ ନେଇ ଚାଲିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି।
ସୂଚନାଯୋଗ୍ୟ, ପ୍ରାଣକୃଷ୍ଣଙ୍କ ସ୍ତ୍ରୀ ଗର୍ଭ ଯନ୍ତ୍ରଣା ଅନୁଭବ କରିବାରୁ ଗତ ସେପ୍ଚେମ୍ବର ୨୫ରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରାତି ୧୦ରେ ତାଙ୍କର ପୁଅ ହୋଇଥିବା ନେଇ ଲେବର ରୁମ୍‌ର ଜଣେ କର୍ମଚାରୀ କହିଥିଲେ। ହେଲେ ପରେ ତାଙ୍କର ଝିଅ ହୋଇଛି ବୋଲି ଡାକ୍ତର ଜଣାଇଥିଲେ। ଏହାକୁ ନେଇ ପ୍ରାଣକୃଷ୍ଣଙ୍କ ମନରେ ସନ୍ଦେହ ହୋଇଥିଲା। ଶିଶୁ ଅଦଳବଦଳ ହୋଇଥିବା ନେଇ ହସ୍ପିଟାଲ କର୍ତ୍ତୃପକ୍ଷ ଓ ପୋଲିସରେ ଅଭିଯୋଗ କରିବା ସହ ଡିଏନ୍‌ଏ ଟେଷ୍ଟ ଦାବି କରିଥିଲେ। ଏପରିକି ଡିଏନ୍‌ଏ ରିପୋର୍ଟ ନ ଆସିବା ପର୍ଯ୍ୟନ୍ତ ଶିଶୁ କନ୍ୟାଙ୍କୁ ନେବେ ନାହିଁ ବୋଲି ଅଡି ବସିଥିଲେ। କ୍ୟାପିଟାଲ ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଡିଏନ୍‌ଏ ଟେଷ୍ଟ ପାଇଁ କୋର୍ଟଙ୍କଠାରୁ ଅନୁମତି ମିଳିବା ପରେ କ୍ୟାପିଟାଲ ହସ୍ପିଟାଲର ସ୍ବତନ୍ତ୍ର ଡାକ୍ତରୀ ଦଳ ଉଭୟ ଶିଶୁ ଓ ମା’ର ନମୁନା ସଂଗ୍ରହ କରିଥିଲା। ଅନ୍ୟପକ୍ଷରେ ହସ୍ପିଟାଲ ପକ୍ଷରୁ ଗଠିତ ଏକ ଟିମ୍‌ ତଦନ୍ତ କରି ପ୍ରାଣକୃଷ୍ଣଙ୍କ ଝିଅ ହୋଇଥିବା ସ୍ପଷ୍ଟ କରିଥିଲା। ସେହି ସମୟରେ ଅନ୍ୟ ଜଣଙ୍କର ପୁଅ ହୋଇଥିଲା। କିନ୍ତୁ ଲେବର ରୁମ୍‌ର ଆଟେଣ୍ଡାଣ୍ଟ ପ୍ରାଣକୃଷ୍ଣଙ୍କୁ ଭୁଲ୍‌ରେ ତାଙ୍କର ପୁଅ ହୋଇଥିବା କହିଦେଇଥିଲେ। ତେଣୁ ଏଭଳି ଭୁଲ୍‌ ସୂଚନା ଦେଇଥିବା ସମ୍ପୃକ୍ତ ଆଟେଣ୍ଡାଣ୍ଟଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କହିଦେଲେ ଧର୍ମେନ୍ଦ୍ର, କାହାକୁ ଦେଲେ ଭୋଟ୍‌

ଭୁବନେଶ୍ୱର,୨୬।୫: ଓଡିଶା ସମେତ ସାରା ଦେଶରେ ଗଣତନ୍ତ୍ରର ବଡ଼ ପର୍ବ ନିର୍ବାଚନ ଚାଲିଛି। ରାଜ୍ୟରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପର୍ଯ୍ୟାୟରେ...

ସ୍ମୃତି ଇରାନୀଙ୍କୁ ପାଣ୍ଡିଆନଙ୍କ କଡ଼ା ଜବାବ, କହିଲେ ସାହସ ଅଛି…

ଭୁବନେଶ୍ୱର,୨୬।୫: ଏକ ସାଧାରଣ ସଭାରେ ଯୋଗ ଦେଇ ସ୍ମୃତି ଇରାନୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶନିବାର ସ୍ମୃତି ଓଡ଼ିଶା...

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ...

ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର

ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି।...

ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା

ଦେବଗଡ଼,୨୬ା୫(ଶଶାଙ୍କ ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌...

ମାଡ଼ି ଆସୁଛି ଭୟଙ୍କର ରେମାଲ, ୫ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୬।୫: ଭୀଷଣ ବାତ୍ୟାରେ ପରିଣତ ହେଲା ‘ରେମାଲ’। ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ରେମାଲ ପ୍ର୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରିଛି...

ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri