Posted inଖେଳ

ଏସିଆନ୍‌ ଗେମ୍ସ: ଫାଇନାଲରେ ଭାରତୀୟ କ୍ରିକେଟ୍‌ ଦଳ

ହାଙ୍ଗଝୋ,୬।୧୦:ଏସିଆନ୍‌ ଗେମ୍ସରେ ଭାରତୀୟ କ୍ରିକେଟ୍‌ ଦଳ ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ଖେଳାଯାଇଥିବା ସେମିଫାଇନାଲ୍‌ରେ ଭାରତ ବାଂଲାଦେଶକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ୯୬ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ ୯.୨ ଓଭରରେ ଗୋଟିଏ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଛି। ଟିମ ଇଣ୍ଡିଆ ପାଇଁ ତିଲକ ବର୍ମା ଅପରାଜିତ ୫୫ ରନ ସଂଗ୍ରହ କରିଥିଲେ। ରୁତୁରାଜ ଗାଇକ୍ୱାଡ ଅପରାଜିତ ୪୦ ରନ ସ୍କୋର କରିଥିଲେ।
ଟସ୍‌ ଜିତି ଭାରତ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ୍‌ ହରାଇ ୯୬ ରନ୍‌ ସଂଗ୍ରହ କରିଥିଲା। ଭାରତୀୟ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ସାଇ କିଶୋର ୪ ଓଭରରେ ୧୨ ରନ ଦେଇ ୩ ଉଇକେଟ ନେଇଥିଲେ। ୱାଶିଂଟନ ସୁନ୍ଦର ୪ ଓଭରରେ ୧୫ ରନ ଦେଇ ୨ ଉଇକେଟ ନେଇଥିଲେ। ଅର୍ଶଦୀପ ସିଂ, ତିଲକ ବର୍ମା, ରବି ବିଷ୍ଣୋଇ ଏବଂ ଶାହବାଜ ଅହମ୍ମଦ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜାକିର ଅଲି ବାଂଲାଦେଶ ପାଇଁ ସର୍ବାଧିକ ୨୪ ରନ ସଂଗ୍ରହ କରିଥିଲେ। ପରଭେଜ ୩୨ ବଲରେ ୨୩ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri