ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ ଧାନମେରା ସାହିର ନରଶିମା ନାୟକ ଓରଫ ଭିମା (୩୦)। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଗତ ଅଗଷ୍ଟ ମାସରେ ଭୁବନେଶ୍ୱରୀ ମୁଖୀଙ୍କୁ ନରଶିମା ଅପହରଣ କରି କାଳୁଆ ମନ୍ଦିରରେ ବିବାହ କରିଥିଲେ। ପରେ ସେ ଯୌତୁକ ଦାବିକରି ଭୁବନେଶ୍ୱରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଆସୁଥିଲେ। ଭୁବନେଶ୍ୱରୀଙ୍କ ବାପଘର ଆର୍ଥିକ ସ୍ଥିତି ଭଲ ନ ଥିବାରୁ ସେ ଯୌତୁକ ବାବଦ ଟଙ୍କା ଆଣି ପାରୁ ନ ଥିଲେ। ତେଣୁ ସ୍ବାମୀ, ଶାଶୁ ଓ ନଣନ୍ଦ ମିଶି ନିର୍ଯାତନା ଦେଉଥିଲେ। ଗତ ୩ତାରିଖ ଅପରାହ୍ନରେ ଭୁବନେଶ୍ୱରୀ ରଶି ଲଗାଇ ଆତ୍ମହତ୍ୟା କରିଥିବା ନରଶିମା ତାଙ୍କ ଶ୍ୱଶୁର ଲିଙ୍ଗରାଜ ମୁଖୀଙ୍କୁ ଖବର ଦେଇଥିଲେ। ଲିଙ୍ଗରାଜ ପହଞ୍ଚି ଝିଅ ଘର ଭିତରେ ଝୁଲୁଥିବା ଅବସ୍ଥାରେ ଥିବା ଦେଖିଥିଲେ। ଖବରପାଇ ସେଠାରେ ପୋଲିସ ପହଞ୍ଚିଥିଲା। ଝିଅକୁ ଶାଶୁଘର ଲୋକେ ତଣ୍ଟି ଚିପି ହତ୍ୟା କରିଛନ୍ତି ବୋଲି ବାପା ଅଭିଯୋଗ କରିଥିଲେ। ପୋଲିସ ୩୭୫/୨୩ରେ ଯୌତୁକଜନିତ ହତ୍ୟା ମାମଲା ରୁଜୁ କରିଥିଲା। ମୃତଦେହ ଜବତ କରିବା ସହ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପଞ୍ଚନାମା କରିଥିଲା। ପରେ ସାଇଣ୍ଟିଫିକ ଟିମ ସହାୟତାରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri