ଭୁବନେଶ୍ୱର, ୭ା୧୦(ଅସମାପିକା ସାହୁ): ଓଡ଼ିଶାରେ ୱାନ୍ ହେଲ୍ଥ କାର୍ଯ୍ୟକ୍ରମ ଆରମ୍ଭ ହେବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍ଓ) ଦ୍ୱାରା ପ୍ରସ୍ତାବିତ ଏହି କାର୍ଯ୍ୟକ୍ରମକୁ ପାଇଲଟ ପ୍ରକଳ୍ପ ଆଧାରରେ ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ଅଧୀନରେ ଜୁନୋଟିକ ଡିଜିଜ୍ ଅର୍ଥାତ୍ ଆନ୍ଥ୍ରାକ୍ସ, ରାବିଜ୍, ସ୍କ୍ରବ୍ ଟାଇଫସ, ନିପା ଭାଇରସ ଭଳି ପଶୁଠାରୁ ମଣିଷ ଶରୀରକୁ ଆସୁଥିବା ରୋଗର ମିଳିତ ମୁକାବିଲା କରାଯିବ। ସ୍ବାସ୍ଥ୍ୟ ବିଭାଗ ସହିତ ପଶୁ ସମ୍ପଦ, କୃଷି ଓ ବନ୍ୟପ୍ରାଣୀ ବିଭାଗ ମିଳିତ ଭାବେ କାର୍ଯ୍ୟ କରିବେ। ଜୁନୋଟିକ ଡିଜିଜ୍ ପାଇଁ ସ୍ବତନ୍ତ୍ର ରାଜ୍ୟସ୍ତରୀୟ ଏବଂ ଜିଲାସ୍ତରୀୟ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହେବ। ଏଥିପାଇଁ ଏକ କୋଅର୍ଡିନେଶନ କମିଟି ଗଠନ ହେବ। କେଉଁ ଜିଲାରେ କେଉଁ ଜୁନୋଟିକ ରୋଗ ଅଧିକ ହେଉଛି ତାହାର ମ୍ୟାପିଂ କରାଯିବ। ଏତଦ୍ ବ୍ୟତୀତ ରାଜ୍ୟରେ ଜୁନୋଟିକ ରୋଗ ପରୀକ୍ଷା ଲାଗି ସେଣ୍ଟିନାଲ ଲାବରେଟୋରି ଓ ମେଡିକାଲ କଲେଜ ଲାବରେଟୋରିଗୁଡ଼ିକୁ ଅଧିକ ସଶକ୍ତ କରାଯିବ। ଓଡ଼ିଶା ସମେତ ୪ ରାଜ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେଉଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ସୂଚନାଯୋଗ୍ୟ, ଗତ କିଛିଦିନ ହେବ ରାଜ୍ୟରେ ଦ୍ରୁତଗତିରେ ସ୍କ୍ରବ୍ ଟାଇଫସ୍ ରୋଗ ମାଡ଼ିଚାଲିଛି। ପ୍ରଥମେ କେବଳ ସୁନ୍ଦରଗଡ଼, ବଲାଙ୍ଗୀରରେ ଏହା ଦେଖିବାକୁ ମିଳୁଥିଲା। କିନ୍ତୁ ଏବେ ସମଗ୍ର ଓଡ଼ିଶାକୁ ବ୍ୟାପି ଗଲାଣି। ଏଥିରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ବହୁ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଏସବୁ ଦେଶ ସବୁଠୁ ଅଧିକ କିଣନ୍ତି ଅସ୍ତ୍ରଶସ୍ତ୍ର, ଜାଣନ୍ତୁ କେତେ ନମ୍ବରରେ ରହିଛି ଭାରତ
ନୂଆଦିଲ୍ଲୀ,୨ା୧: ଷ୍ଟକ୍ହୋମ ଇଣ୍ଟରନ୍ୟାଶନାଲ ପିସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍ (SIPRI)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ବିଶ୍ୱ ଅସ୍ତ୍ରଶସ୍ତ୍ର ବାଣିଜ୍ୟ ଉପରେ ଆଲୋକପାତ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୦ରୁ...
ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି
ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ): ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...
‘ମୁଁ ନୁହେଁ, ସେ ମୋତେ ଭେଟିବାକୁ ଆସିଥିଲେ…’ ଜୟଶଙ୍କରଙ୍କ କରମର୍ଦ୍ଦନକୁ ନେଇ ଗର୍ବ କଲା ପାକିସ୍ତାନ, କଲା ଏମିତି ଦାବି
ନୂଆଦିଲ୍ଲୀ/ଇସଲାମାବାଦ,୨।୧: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ, ଢାକାରୁ ଆସିଥିବା ଏକ ଫଟୋ ପାକିସ୍ତାନରେ ଆଲୋଚନାର ବିଷୟ ପାଲଟିଛି।...
ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ
ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...
ନିଜ IPL ଟିମ୍ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍ ଖାନ? ଜାଣିଲେ…
ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...
ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...
ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ
ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...
ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ
ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...
Archives


