ଆନୁସଙ୍ଗିକ ସୁବିଧା ଯୋଗାଇବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ବାଲିଗୁଡ଼ା,୭ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଆଗାମୀ ଦୁର୍ଗାପୂଜା, ଲକ୍ଷ୍ମୀପୂଜା ଏବଂ କାଳୀପୂଜାକୁ ନିରାଡ଼ମ୍ବର ଏବଂ ଶାନ୍ତିପୂର୍ଣ୍ଣ ବାତାବରଣରେ କରାଯିବା ନେଇ ଶନିବାର ବାଲିଗୁଡା ଉପଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଦୁର୍ଗାପୂଜା କିପରି ସୁରୁଖୁରୁରେ ଓ ଶାନ୍ତିଶୃଙ୍ଖଳା ମଧ୍ୟରେ ହେବ ସେ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଉକ୍ତ ବୈଠକରେ ଉପଜିଲାପାଳ ଶ୍ରୀମତୀ ମଧୁମିତା ସଭାପତିତ୍ୱ କରିବା ସହିତ ପୂଜା, ସାଂସ୍କୃତିକ କାର୍ଯ୍ୟକ୍ରମ, ରାବଣ ପୋଡ଼ି ଏବଂ ବିସର୍ଜନ ସମୟରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ନୀରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ, ଅଳିଆ ଆବର୍ଜନାର ସୁପରିଚାଳନା ଏବଂ ପାନୀୟ ଜଳର ବ୍ୟବସ୍ଥା ଭଳି ବିଭିନ୍ନ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇବା ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ପୂଜା କମିଟି କର୍ମକର୍ତ୍ତା, ନେତୃସ୍ଥାନୀୟ ବ୍ୟକ୍ତି, ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ଜନସାଧାରଣଙ୍କର ସହଯୋଗ କାମନା କରିଥିଲେ।

ବାଲିଗୁଡା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସଭାପତି ଲଳିତ କୁମାର ପାତ୍ର ଏବଂ ସମ୍ପାଦକ ଶିବରାମ ପ୍ରଧାନୀ ପୂଜାରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ୨୨ ତାରିଖ ରବିବାର ଖଡଗ ନଦୀରୁ କଳସ ଯାତ୍ରାରେ ଆସି ଗ୍ରାମଦେବୀଙ୍କୁ ଆମନ୍ତ୍ରଣ ପରେ ସପ୍ତମୀ ପୂଜା ଆରମ୍ଭ, ମହାଷ୍ଟମୀ ଦିନ ରାତ୍ରରେ ମନ୍ଦିର ପରିସରରେ ମହାଷ୍ଟମୀ ଭୋଗ ହେବା ପରେ ସମିତି ତରଫରୁ ଜନସାଧାରଣଙ୍କ ନିମନ୍ତେ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି। ୨୪ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଖେଳପଡ଼ିଆରେ ରାବଣ ପୋଡ଼ି ଉତ୍ସବ ହେବ। ୨୫ ଓ ୨୬ ତାରିଖ ଦୁଇଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ରାମାୟଣ ଓ ମହାଭାରତ ଆୟୋଜନ ହେବା ପାଇଁ ସମିତି ତରଫରୁ ସ୍ଥିର କରାଯାଇଛି। ୨୭ ତାରିଖରେ ମା’ଦୁର୍ଗାଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ୨୮ ତାରିଖରେ ଲକ୍ଷ୍ମୀପୂଜା ଓ ୨୯ ରେ ଭସାଣି ହେବ। ନଭେମ୍ବର ୧୨ରେ ଶ୍ୟାମାକାଳୀ ପୂଜା ଓ ଦୀପାବଳି ଉତ୍ସବ କରାଯିବ। ନଭେମ୍ବର ୧୪ ରେ ମା’ କାଳୀଙ୍କ ଭସାଣି କରାଯିବ ବୋଲି ସମିତି ତରଫରୁ ପ୍ରକାଶ କରାଯାଇଛି। ଏହି ପ୍ରସ୍ତୁତି ବୈଠକରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍‌ଲା ବୈଠକ ପରିଚାଳନା କରିଥିବା ବେଳେ ସ୍ଥାନୀୟ ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri