Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୦୯ ତାରିଖ – Daily Horoscope

ମେଷ
ଆଜି ଶୁଭଗ୍ରହ ଯୁଚ୍ଛ ଚନ୍ଦ୍ର ଯୋଗୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣ ଜନିତ ଶାରିରୀକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ା ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି।
ବୃଷ
ବୃଷ
ସପ୍ତମସ୍ଥ ଚନ୍ଦ୍ର ପ୍ରଭାବରେ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ନିକଟ ସମ୍ପର୍କୀୟ ମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ତୃତୀୟସ୍ଥ ମଙ୍ଗଳ ଜନିତ ସହକର୍ମୀ କିମ୍ବା ବନ୍ଧୁ, ଆତ୍ମୀୟସ୍ବଜନ କିମ୍ବା ସହକର୍ମୀ ମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟା କୁ କେନ୍ଦ୍ର କରି ମାନସିକ ସ୍ଥିରତା ରହିନପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହୋଇପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ।
କର୍କଟ
କର୍କଟ
ଗୁରୁଯୁକ୍ତ ଚନ୍ଦ୍ର ହେତୁ ସ୍ବାସ୍ଥ୍ୟ ପରିସ୍ଥିତିରେ କୈାଣସି ଉନ୍ନତି ଦେଖାଯାଇ ନ ପାରେ। କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି। ପ୍ରିୟଜନଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୈାଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
ବ୍ୟୟଭାବସ୍ଥ ବୁଧ ପ୍ରଭାବରେ ଆଜିର ଅବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ। ଆକସ୍ମିକ ଭାନରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
ଏକାଦଶସ୍ଥ ଗ୍ରହ ଯୋଗୁ ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ। କିନ୍ତୁ ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ।
ତୁଳା
ତୁଳା
ଧନସ୍ଥାନରେ ଗୁରୁଚାନ୍ଦ୍ରୀ ଯୋଗ ହେତୁ ଅର୍ଥଲାଭ,ସାମାଜିକ ସମ୍ମାନ ଓ ନୂତନ କାର୍ଯ୍ୟାରମ୍ଭରେ ସଫଳତା ପାଇପାରିବେ। ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧିରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ସ୍ଥିର କରିପାରନ୍ତି।
ବିଛା
ବିଛା
ରାଶ୍ୟାଧିପତିଙ୍କ ଦୁର୍ବଳତା କାରଣରୁ ସ୍ବାସ୍ଥ୍ୟ ବିଶେଷ ଭଲ ନରିବା କାରଣରୁ ମନଟା କାହିଁକି କେମିତି କେମିତି ଲାଗିପାରେ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ ଯଦ୍ୱାରାକି- ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡିବ।
ଧନୁ
ଧନୁ
ଅଷ୍ଟମସ୍ଥ କର୍ମାଧିପତି ଯୋଗୁ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ କାମଟି ଆଜି ଯଥା ସମୟରେ ହୋଇଯିବ। ଯେ କୌଣସି ପ୍ରତିଯୋଗିତାରେ ଯୋଗଦେଲେ ଅବଶ୍ୟ ସଫଳତା ପାଇବା ଯୋଗୁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧତ୍କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର
ସପ୍ତମସ୍ଥ କର୍ମାଧିପତି ଯୋଗୁ ସ୍ଥଗିତ ରହିଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବନ୍ଧୁ ମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନକଲେ ବିବାଦଗ୍ରସ୍ଥ ହୋଇ ପାରନ୍ତି। କଳା, ସାହିତ୍ୟ, ସଂସ୍କୃତି, ଆନୁଷ୍ଠାନିକ କାମ ଓ କ୍ରୀଡା, ଚଳଚ୍ଚିତ୍ରରେ ଉନ୍ନତି କରିବେ। ଟିକିଏ କଥାରେ ରାଗିଯାଇ ଯାହା ପଡିଲା ତାହା କହି ପକାଇବେ।
କୁମ୍ଭ
କୁମ୍ଭ
ମଙ୍ଗଳ ଜନିତ ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ତଥାପି ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘ ଦିନରୁ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।
ମୀନମୀନ
ରାହୁ ଚତୁର୍ଥଭାବସ୍ଥ ଯୋଗୁ ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁ ମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri