Odisha Elections 2024

୧୪ରେ ଖୋଲିବ ଶିମିଳିପାଳ

ବାରିପଦା, ୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ ପରିବର୍ତ୍ତେ ଚଳିତ ମାସ ୧୪ ତାରିଖରୁ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ଭିତରକୁ ପ୍ରବେଶ ନିମନ୍ତେ ଅନ୍‌ଲାଇନ ଯୋଗେ ଯାନବାହନ ଓ ରହିବା ପାଇଁ କଟେଜ୍‌ ବ୍ୟବସ୍ଥା କରାଯାଇଛି। ସାନ୍ତାଳୀ ଆଦିବାସୀ କଟେଜ, ଟ୍ରି ହାଉସ ଓ ବାଉଁଶ ଘର ସହ ସୁସ୍ବାଦୁ ବ୍ୟଞ୍ଜନ ପରଷିବା ପାଇଁ ଅଗ୍ରିମ ବ୍ୟବସ୍ଥା କରାଯାଇଛି। ଏହାସହ ଅଭୟାରଣ୍ୟ ଭିତରକୁ ପଶିବା ପାଇଁ ସାଥୀରେ ଗାଇଡ୍‌ ନେବା ବାଧ୍ୟତାମୂଳକ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ନିର୍ଦ୍ଦେଶକ ଡ.ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି।
ଶିମିଳିପାଳ ଅଭୟାରଣ୍ୟ ହେଉଛି ଅନନ୍ୟ ପ୍ରକୃତି ସୌନ୍ଦର୍ଯ୍ୟର ଗନ୍ତାଘର। ସବୁଜ ବୃକ୍ଷଲତା, ଝରଣା, ଜଳପ୍ରପାତ, ହ୍ରଦ ଓ ପ୍ରକୃତିର ମନଲୋଭା ଦୃଶ୍ୟ ସାଙ୍ଗକୁ ଅତି ନିକଟରୁ ବନ୍ୟପ୍ରାଣୀଙ୍କୁ ଦେଖିବା ପାଇଁ ପ୍ରକୃତିପ୍ରେମୀଙ୍କୁ ଆକର୍ଷିତ କରିଥାଏ। ସବୁଜ ପରିବେଷ୍ଟିତ ବଣପାହାଡ଼ ଘେରା ଜଙ୍ଗଲ ଓ ପକ୍ଷୀଙ୍କ କଳରବକୁ ଶୁଣି ଆନନ୍ଦିତ ହେବା ପାଇଁ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବାରିପଦା ପିଠାବଟା ପଟୁ ୨୫ଟି ଓ ଯଶିପୁର କାଳିଆମୀ ପ୍ରବେଶ ପଥ ଦେଇ ୩୫ଟି ଯାନ ଜଙ୍ଗଲ ମଧ୍ୟକୁ ପ୍ରବେଶ କରିବାର ବ୍ୟବସ୍ଥା କରାଯାଇଛି। ପର୍ଯ୍ୟଟକମାନେ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିବା ନିମନ୍ତେ ରାସ୍ତାଘାଟ ମରାମତି କାର୍ଯ୍ୟ ଚାଲୁ ରହିଛି। ଶିମିଳିପାଳରେ ପର୍ଯ୍ୟଟକଙ୍କ ରାତ୍ରିଯାପନ, ସେମାନଙ୍କ ସୁରକ୍ଷା ନିମନ୍ତେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ ସହ ବନ ସୁରକ୍ଷା ସମିତି ମାଧ୍ୟମରେ ଖାଦ୍ୟ ପରଷିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଜେନାବିଲ, ଜାମୁଆଣି, କୁମାରୀ, ଗୁଡୁଗୁଡିଆ, ମୁକ୍ତାପୁର, ବରେହିପାଣି ଓ ରାମତୀର୍ଥଠାରେ ପର୍ଯ୍ୟଟକଙ୍କ ରାତ୍ରିଯାପନ ପାଇଁ ୫ଟି ନେଚର କ୍ୟାମ୍ପ ରହିଛି। ୫ଟି ବୋଫର ଜୋନ୍‌ରେ ରାତ୍ରିଯାପନ ଲାଗି ମୋଟ ୫୯ଟି କୁଟିର ବା କଟେଜ ଥିବାବେଳେ ପର୍ଯ୍ୟଟକଙ୍କ ମନମୋହିବା ପାଇଁ ସାନ୍ତାଳୀ ସମ୍ପ୍ରଦାୟର କୁଟିର, ଆଦିବାସୀ କୁଟିର, ବାଉଁଶ କୁଟିର ଓ ଟ୍ରି ହାଉସ ଭଳି ଆକର୍ଷଣୀୟ ବ୍ୟବସ୍ଥା କରାଯାଇଛି। ଏହାକୁ ବୁକିଂ କରିବା ଲାଗି ଇକୋଟୁର ଓଡ଼ିଶା ଡଟ୍‌ କମ୍‌ ଅନ୍‌ଲାଇନ ବ୍ୟବସ୍ଥା ହୋଇଛି। ସେହିପରି ଶିମିଳିପାଳ ଡଟ୍‌ ଓଆର୍‌ଜି ୱେବ୍‌ସାଇଟ୍‌ ଜରିଆରେ ପର୍ଯ୍ୟଟକମାନେ ରହିବା ଓ ଖାଇବାର ମଜା ନେଇପାରିବେ ବୋଲି ବିଭାଗ ପକ୍ଷରୁ ଜଣାଯାଇଛି। ପ୍ଲାଷ୍ଟିକ ଓ ସୋଲର ବ୍ୟବହାର ଉପରେ ଅଙ୍କୁଶ ଲଗାଯାଇଥିବାରୁ ପୂର୍ବବର୍ଷ ପରି ପ୍ରବେଶପଥ ଓ ଶିମିଳିପାଳ ମଧ୍ୟରେ ମାଟିପାତ୍ରରେ ଚା’ ସହ କଞ୍ଚା ଶାଳପତ୍ରର ପ୍ଲେଟ, ଦନାରେ ଖାଇବା ବ୍ୟବସ୍ଥା କରାଯାଇଛି। ପଲିଥିନ, ଅଗ୍ନି ସଂଯୋଗକାରୀ ସାମଗ୍ରୀ, ଆମିଷ ଓ ମାଦକ ଦ୍ରବ୍ୟ ବ୍ୟବହାର ଉପରେ କଟକଣା କରାଯାଇଛି। ଅପରାହ୍ନ ୩ଟା ପୂର୍ବରୁ ପର୍ଯ୍ୟଟକମାନେ ଯୋରନ୍ଦା ଓ ବରେହିପାଣି ଜଳପ୍ରପାତ ଏବଂ ଅପରାହ୍ନ ୪ଟା ପୂର୍ବରୁ ସମସ୍ତେ ଚହଲା ସ୍ଥାନକୁ ଛାଡ଼ିବା ପାଇଁ ବାଧ୍ୟତାମୂଳକ କରାଯାଇଛି। କୌଣସି କାରଣବଶତଃ ଗାଡ଼ି ଖରାପ ହେଲେ ପର୍ଯ୍ୟଟକମାନଙ୍କୁ ବାରିପଦା ଓ ଯଶିପୁର ବସ୍‌ଷ୍ଟାଣ୍ଡକୁ ସ୍ଥାନାନ୍ତର କରିବା ପାଇଁ ଅଗ୍ରିମ ଟଙ୍କା ଜମା କରିବାକୁ ନିୟମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ, ବୁଥ୍‌ରେ ଚାପା ଉତ୍ତେଜନା

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ...

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା...

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌...

Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ

ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି...

ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼...

ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ

ଭୁବନେଶ୍ୱର,୨୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ...

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri