Posted inଖେଳ

କିଙ୍ଗ୍ସ ଇଲେଭେନ ଛାଡ଼ିଲେ ହେସନ: ଭାରତ କୋଚ୍‌ ହେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୮।୮ (ପି.ଟି.)- ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ମାଇକ୍‌ ହେସନ ଗୁରୁବାର ଆଇପିଏଲ୍‌ ଫ୍ରାଞ୍ଚାଇଜ କିଙ୍ଗ୍ସ ଇଲେଭେନ ପଞ୍ଜାବର ମୁଖ୍ୟ କୋଚ୍‌ ପଦରୁ ଅବ୍ୟାହତି ନେଇଛନ୍ତି। ଫଳରେ ହେସନ ଭାରତୀୟ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ନ୍ୟୁଜିଲାଣ୍ଡର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ହେସନ ଉଭୟ ଭାରତ ଓ ପାକିସ୍ତାନ ଦଳର ମୁଖ୍ୟ ପ୍ରଶିକ୍ଷକ ପଦ ପାଇଁ ଆବେଦନ କରିଛନ୍ତି। ପୂର୍ବତନ ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର ଟମ୍‌ ମୁଡି ମଧ୍ୟ ଭାରତୀୟ କ୍ରିକେଟ ଦଳର ଏହି ହାଇପ୍ରୋଫାଇଲ ପଦ ପାଇଁ ଦୃଢ଼ ଦାବିଦାର୍‌ ରହିଛନ୍ତି। ନିକଟରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କୋଚ୍‌ ସମେତ ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂ କୋଚ୍‌ ପଦ ପାଇଁ ଦରଖାସ୍ତ ଆହ୍ବାନ କରିଥିଲା।
ଇଲେଭେନ ପଞ୍ଜାବ ସହ ଅତିବାହିତ କରିଥିବା ସମୟକୁ ଉପଭୋଗ କରିଛି ଏବଂ ମୋତେ ଦାୟିତ୍ୱ ପ୍ରଦାନ କରିଥିବାରୁ ସେମାନଙ୍କୁ ଧନ୍ୟବାଦ୍‌ ଦେବି। ଚଳିତ ବର୍ଷ ଆମେ ଯେଉଁ କାର୍ଯ୍ୟ କରିଥିଲୁ ତାକୁ ରୂପାନ୍ତରିତ କରିପାରି ନ ଥିବାରୁ ଦୁଃଖିତ। ସଫଳତା ତାଙ୍କଠାରୁ ବେଶିଦୂରରେ ନାହିଁ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ରହିଛି। ଭବିଷ୍ୟତ ପାଇଁ ଦଳର ସମସ୍ତଙ୍କୁ ଅଭିନନ୍ଦନ’ ବୋଲି ହେସନ ତାଙ୍କ ଟୁଇଟର୍‌ ପୃଷ୍ଠାରେ ଉଲ୍ଲେଖ କରିଛନ୍ତି। ହେସନ କେବଳ ଗୋଟିଏ ସିଜନ ପାଇଁ ପଞ୍ଜାବ ସହ କାମ କରିଥିଲେ। ଏବେ ସେ ପଞ୍ଜାବ ଦଳ ଛାଡ଼ିବା ପରେ ତାଙ୍କ ଭବିଷ୍ୟତ କାର୍ଯ୍ୟକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ୪୪ ବର୍ଷୀୟ ହେସନ ଏଥିପୂର୍ବରୁ ୬ ବର୍ଷ ଧରି ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଦଳର ପ୍ରଶିକ୍ଷକ ଦାୟିତ୍ୱ ତୁଲାଇ ସାରିଛନ୍ତି, ଯାହାକି ବ୍ଲାକ୍‌ କ୍ୟାପ୍ସ ଦଳ ପାଇଁ ବେଶ୍‌ ସ୍ମରଣୀୟ ରହିଥିଲା। ଏହି ସମୟରେ ନ୍ୟୁଜିଲାଣ୍ଡ ୨୦୧୫ ଆଇସିସି ଦିନିକିଆ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଥିଲା। ସେହିଭଳି ୨୦୧୬ରେ ଭାରତରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ ସେମିଫାଇନାଲ ପ୍ରବେଶ ଏବଂ ଘରୋଇ ମାଟିରେ ଇଂଲଣ୍ଡ ବିପକ୍ଷରେ ଐତିହାସିକ ଟେଷ୍ଟ ସିରିଜ ଜିତିବାର ସୌଭାଗ୍ୟ ଲାଭ କରିଥିଲା।
ଦଳର ବର୍ତ୍ତମାନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ, ବୋଲିଂ କୋଚ୍‌ ଭରତ ଅରୁଣ, ବ୍ୟାଟିଂ କୋଚ୍‌ ସଞ୍ଜୟ ବାଙ୍ଗର ଓ ଫିଲ୍ଡିଂ କୋଚ ଆର୍‌. ଶ୍ରୀଧରଙ୍କ କାର୍ଯ୍ୟକାଳ ଗତ ବିଶ୍ୱକପ୍‌ ପରେ ସମାପ୍ତ ହୋଇଥିଲା। କିନ୍ତୁ ଚଳିତ ଓ୍ବେଷ୍ଟଇଣ୍ଡିଜ ଗସ୍ତକୁ ନଜରରେ ରଖାଯାଇ ଏହାକୁ ୪୫ ଦିନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। କିମ୍ବଦନ୍ତୀ ଭାରତୀୟ କ୍ରିକେଟର୍‌ କପିଳ ଦେବଙ୍କ ଅଧ୍ୟକ୍ଷତାରେ ଗଠିତ କ୍ରିକେଟ୍‌ ପରାମର୍ଶଦାତା କମିଟି (ସିଏସି)କୁ ଭାରତୀୟ ଦଳର କୋଚ୍‌ ଚୟନ ଦାୟିତ୍ୱ ପ୍ରଦାନ କରାଯାଇଛି। କପିଳଙ୍କ ବ୍ୟତୀତ ସିଏସିରେ ପୂର୍ବତନ କୋଚ୍‌ ଅଂଶୁମାନ ଗାଏକ୍ୱାଡ ଓ ମହିଳା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟିକା ଶାନ୍ତା ରଙ୍ଗାସ୍ବାମୀ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri