ସ୍ବାଭାବିକଠାରୁ ୫ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର,୧୦ା୧୦(ଅନିଲ ଦାସ):ଗତ କିଛିଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଖରା ଓ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ଉପରକୁ ଉଠି ଯାଉଛି। ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ତାପମାତ୍ରା ସ୍ବାଭାବିକ ଭାବେ ୩୦ରୁ ୩୨ ଡିଗ୍ରୀ ସେଲସିୟସ ରହିଥାଏ। ମାତ୍ର ଚଳିତବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପାରଦ ୪ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହୁଛି। ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୪ରୁ ୩୫ ଡିଗ୍ରୀ ସେଲସିୟସ ଉପରେ ରହିଥିବା ବେଳେ ଝାରସୁଗୁଡାରେ ସର୍ବାଧିକ ୩୬.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆକାଶ ମେଘମୁକ୍ତ ରହିବା ସହ ଉତ୍ତର ଦିଗରୁ ବାୟୁ ପ୍ରବାହ ହେଉଛି। ଏଥିସହିତ ବାୟୁମଣ୍ଡଳରେ ଜଳୀୟକଣା ରହୁଥିବାରୁ ପରିବେଶ ଉଷ୍ମ ରହୁଛି। ଆସନ୍ତା ୨୦ ତାରିଖ ଯାଏ ଏଭଳି ପାଗ ଲାଗି ରହିବ। ୨୨ ତାରିଖରୁ ପାଗରେ ପରିବର୍ତ୍ତନ ହୋଇପାରେ। ଆସନ୍ତା ୧୫ କିମ୍ବା ୧୬ ତାରିଖ ବେଳକୁ ଦକ୍ଷିଣ ଚାଇନା ସାଗରରେ ଏକ ଘୂର୍ଣ୍ଣିବଳୟ ଦାନା ବାନ୍ଧିବା ସମ୍ଭାବନା ରହିଛି। ୧୮ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇପାରେ। ଏହା ୨ରୁ ୪ ଦିନ ସମୁଦ୍ରରେ ରହି ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ। ୨୪ ତାରିଖ ବେଳକୁ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି କେତେକ ପାଣିପାଗ ମଡେଲ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ବାତ୍ୟାର ବେଗ ଓ ଏହା କେଉଁ ଦିଗକୁ ଗତି କରିବ ସେ ନେଇ କୌଣସି ସୂଚନା ଦିଆଯାଇ ନାହିଁ। ଆସନ୍ତା ୧୮ରୁ ୨୦ ତାରିଖ ବେଳକୁ ଏହା ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ରାଜ୍ୟରେ ପାଗରେ ପରିବର୍ତ୍ତନ ହୋଇପାରେ। ଅକ୍ଟୋବରରେ ରାଜ୍ୟକୁ ବାତ୍ୟା ଭୟ ରହିଛି। ପରିବେଶ ଉତ୍ତପ୍ତ ରହୁଥିବାରୁ ଆସନ୍ତା ୧୫ ଦିନ ରାଜ୍ୟ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ଆଶଙ୍କା ଅଧିକ ରହିଛି ବୋଲି ପାଣିପାଗ ବିଶେଷଜ୍ଞ ମତ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri