କାର୍ଯ୍ୟକ୍ଷମ ହେବ ଜୟପୁର ‘ସେବା ପେପର ମିଲ୍‌’: ମିଳିବ ସରକାରୀ ସହାୟତା

ଭୁବନେଶ୍ୱର,୮।୮(ବ୍ୟୁରୋ)- କୋରାପୁଟ ଜିଲାର ଜୟପୁର ନିକଟସ୍ଥ ସେବା ପେପର ମିଲ୍‌କୁ କାର୍ଯ୍ୟକ୍ଷମ କରାଯିବ। ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଗୁରୁବାର ସଚିବାଳୟରେ ଅନୁଷ୍ଠିତ ହୋଇଯାଇଛି। ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ଏବଂ ଗୃହ ବିଭାଗୀୟ ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ମିଲ୍‌ ସହ ଜଡିତଥିବା ପଦାଧିକାରୀ ଯୋଗ ଦେଇଥିଲେ। ବୈଠକରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ନିଜ ବକ୍ତବ୍ୟରେ ବିଭିନ୍ନ ସମସ୍ୟା ସମ୍ପର୍କରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତାରା କହିଥିଲେ ଯେ, ପ୍ରାୟ ୧୦,୦୦୦ ଶ୍ରମିକ ଓ କର୍ମଜୀବୀ ଏହି ‘ସେବା ପେପର ମିଲ୍‌’ ଉପରେ ନିର୍ଭର କରି ସେମାନଙ୍କ ପରିବାରର ଭରଣପୋଷଣ କରୁଛନ୍ତି। ୧୯୮୪ ମସିହାରୁ ଚାଲୁ ରହିଥିବା ମିଲ୍‌ଟି ବନ୍ଦ ହେବା ଫଳରେ ଅନେକ ସମସ୍ୟା ଦେଖାଯାଉଛି। ତେଣୁ ଏହାକୁ କାର୍ଯ୍ୟକ୍ଷମ କରିବା ଜରୁରୀ ହୋଇପଡିଥିବା ତାରା କହିଥିଲେ। ସେହିପରି ସେବା ପେପର ମିଲ୍‌ର ଉଚ୍ଚ କର୍ତ୍ତୃପକ୍ଷଙ୍କ ପକ୍ଷରୁ ମଧ୍ୟ ସମସ୍ୟା ସମ୍ପର୍କରେ ଉପସ୍ଥାପନ କରାଯାଇଥିଲା। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସଂପୃକ୍ତ ବିଭାଗୀୟ ସମସ୍ତ ସଚିବମାନଙ୍କ ସହ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ କହିଥିଲେ। ସେହିପରି କଞ୍ଚାମାଲ ଯୋଗାଇବା ଦିଗରେ ଜଙ୍ଗଲ ଓ ପରିବେଶ ବିଭାଗ, ଜଳଯୋଗାଣ ଦିଗରେ ଜଳସମ୍ପଦ ବିଭାଗ, ବିଦ୍ୟୁତ ଯୋଗାଇବା ଦିଗରେ ଶକ୍ତି ବିଭାଗ ଏବଂ ସହଯୋଗ ପାଇଁ ଅନ୍ୟାନ୍ୟ ସମସ୍ତ ବିଭାଗ ସଜାଗ ରହିଥିବା ବିଭାଗୀୟ ସଚିବମାନେ ମତ ରଖିଥିଲେ। ମିଲ୍‌ କର୍ତ୍ତୃପକ୍ଷଙ୍କୁ ଏକ ‘ପ୍ରକଳ୍ପ ପ୍ରସ୍ତାବ’ ସରକାରଙ୍କଠାରେ ଉପସ୍ଥାପନ କରିବାକୁ କୁହାଯାଇଛି। ସରକାର ଖୁବ୍‌ଶୀଘ୍ର ଏକ କମିଟି ଗଠନ କରି ପ୍ରକଳ୍ପ ପ୍ରସ୍ତାବକୁ ତର୍ଜମା କରି ପଦକ୍ଷେପ ଗ୍ରହଣ କରିବେ ବୋଲି କୁହାଯାଇଛି।
ସେହିପରି କୋରାପୁଟ ଜିଲା ୧୫ ମେଗାୱାଟ ଡୁମାଝରୀ ପରିବେଶ ଅନୁକୂଳ ନବୀକରଣ ଯୋଗ୍ୟ ପ୍ରକଳ୍ପଟି କାର୍ଯ୍ୟକ୍ଷମ ଯେପରି ହୋଇପାରିବ ସେଥିପାଇଁ ସରକାର ପଦକ୍ଷେପ ନେବେ ବୋଲି ଜଣାପଡ଼ିଛି। ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ଜଳସମ୍ପଦ ପ୍ରମୁଖ ଶାସନ ସଚିବ ପ୍ରଦୀପ ଜେନା, ଜଙ୍ଗଲ ଓ ପରିବେଶ ବିଭାଗର ସ୍ବତନ୍ତ୍ର ସଚିବ ଡ. ଏସ୍‌. ପଣ୍ଡା, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରା, ଶକ୍ତି ବିଭାଗ ଶାସନ ସଚିବ ହେମନ୍ତ କୁମାର ଶର୍ମା, ଗୃହ ବିଭାଗ ସ୍ବତନ୍ତ୍ର ସଚିବ ଡ. ସନ୍ତୋଷ ବାଲା ଏବଂ ସଂପୃକ୍ତ ବିଭାଗୀୟ ସମସ୍ତ ଉଚ୍ଚପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri