ଅମ୍ବାନୀ ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୧୧ା୧୦: ଆଦାନୀ ଗ୍ରୁପ୍‌ ଅଧ୍ୟକ୍ଷ ଗୌତମ ଆଦାନୀଙ୍କୁ ପଛରେ ପକାଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିଃର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଧନୀ ତାଲିକାର ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ମଙ୍ଗଳବାର ହୁରୁନ ଇଣ୍ଡିଆ ଧନୀ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକା ଅନୁଯାୟୀ ଗତବର୍ଷ ତୁଳନାରେ ଅମ୍ବାନୀଙ୍କ ସମ୍ପତ୍ତି ୨ ପ୍ରତିଶତ ବୃଦ୍ଧି ପାଇ ୮,୦୮,୭୦୦ କୋଟି ଟଙ୍କାରେ ପହଞ୍ଚତ୍ଛି। ୨୦୧୪ରେ ତାଙ୍କର ସମ୍ପତ୍ତି ପରିମାଣ ୧,୬୫,୧୦୦ କୋଟି ଟଙ୍କା ଥିଲା। ଅନ୍ୟପକ୍ଷରେ ଆଦାନୀଙ୍କ ସମ୍ପତ୍ତି ଗତବର୍ଷ ତୁଳନାରେ ୫୭ ପ୍ରତିଶତ ହ୍ରାସ ପାଇ ୪,୭୪,୮୦୦ କୋଟିରେ ପହଞ୍ଚତ୍ଛି। ତାଲିକାର ତୃତୀୟ ସ୍ଥାନରେ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ପ୍ରମୋଟର ପୁଣେର ସାଇରସ୍‌ ଏସ୍‌. ପୁନାଓ୍ବାଲା ଓ ପରିବାର ରହିଛନ୍ତି। ସେମାନଙ୍କର ସମ୍ପତ୍ତି ପରିମାଣ ଗତବର୍ଷ ତୁଳନାରେ ୩୬ ପ୍ରତିଶତ ବୃଦ୍ଧି ପାଇ ୨,୭୮,୫୦୦ କୋଟି ଟଙ୍କାରେ ପହଞ୍ଚତ୍ଛି। ୨,୨୮,୯୦୦ କୋଟି ଟଙ୍କାର ସମ୍ପତ୍ତି ସହ ଶିବ ନାଦାର ଚତୁର୍ଥ ସ୍ଥାନରେ ରହିଥିବାବେଳେ ଲଣ୍ଡନରେ ରହୁଥିବା ଗୋପିଚାନ୍ଦ ହିନ୍ଦୁଜା (୧,୭୬,୫୦୦ କୋଟି ଟଙ୍କା) ସହ ପଞ୍ଚମ ସ୍ଥାନରେ ରହିଛନ୍ତି। ସେହିପରି ଷଷ୍ଠ ସ୍ଥାନରେ ଅଛନ୍ତି ସନ୍‌ ଫାର୍ମାସ୍ୟୁଟିକାଲ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଦିଲୀପ ଶାଙ୍ଘ୍‌ଭି (୧,୬୪,୩୦୦ କୋଟି ଟଙ୍କା)।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri