ବଳିଆ ଯୋଜନା ଋଣ ସହାୟତା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୧୨ା୧୦(ଅସମାପିକା ସାହୁ): ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ବଞ୍ଚାଇ ରଖିବାରେ ହସ୍ତତନ୍ତ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ କୁଟୀର ଶିଳ୍ପ ହୋଇଥିବା ବେଳେ ଲକ୍ଷାଧିକ ଲୋକଙ୍କର ଜୀବିକାର ମାଧ୍ୟମ ହୋଇଛି। ଅତ୍ୟନ୍ତ କଳାତ୍ମକ ଡିଜାଇନ୍‌, ନିଖୁଣ ଏବଂ ସୁନ୍ଦର ରୂପରେଖ ପାଇଁ ଓଡ଼ିଶାର ହସ୍ତତନ୍ତ ଦେଶବିଦେଶରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ରାଜ୍ୟର ବୁଣାକାରମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ସଂରକ୍ଷିତ ରଖିବା ପାଇଁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ବିଭିନ୍ନ ବିକାଶମୂଳକ ଏବଂ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକ୍ରମ କରାଯାଉଛି। ବୁଣାକାରମାନଙ୍କ ରୋଜଗାର ସୁନିଶ୍ଚିତ କରିବା, ଅର୍ଥନୈତିକ ଅବସ୍ଥାକୁ ସୁଦୃଢ଼ ଓ ସୁରକ୍ଷିତ କରିବା ଏହି ଯୋଜନାଗୁଡ଼ିକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ। ଏହି ପ୍ରୟାସ ଏବଂ ହସ୍ତକ୍ଷେପ ଫଳରେ ରାଜ୍ୟରେ ହସ୍ତତନ୍ତ କ୍ଷେତ୍ରର ଅଭିବୃଦ୍ଧି ପ୍ରଣିଧାନ ଯୋଗ୍ୟ।
ବୁଣାକାର ଜୀବିକା ଓ ଆୟ ବୃଦ୍ଧି ସହାୟତା ଯୋଜନା(ବଳିଆ) ୨୦୨୨-୨୩ ଆର୍ଥିକ ବର୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୁଣାକାରଙ୍କ ନିମନ୍ତେ ଘୋଷଣା କରାଯାଇଥିବା ସ୍ବତନ୍ତ୍ର ପ୍ୟାକେଜ ଅନୁଯାୟୀ ପ୍ରଣୟନ କରାଯାଇଛି। ଏହି ଯୋଜନା ମାଧ୍ୟମରେ ୧୮-୭୦ ବର୍ଷ ମଧ୍ୟରେ ସମସ୍ତ ବୁଣାକାର ତଥା ବୟନ କାର୍ଯ୍ୟରେ ନିୟୋଜିତ ଶ୍ରମିକମାନଙ୍କୁ ୫୦୦୦୦ ଟଙ୍କା ପର୍ଯ୍ୟନ୍ତ ସୁଧମୁକ୍ତ କାର୍ଯ୍ୟକାରୀ ପୁଞ୍ଜି ଋଣ ଆକାରରେ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଇଥିଲା।
ବାରମ୍ବାର ସୂତା, ରଙ୍ଗ ଓ ଅନ୍ୟାନ୍ୟ କଞ୍ଚାମାଲର ମୂଲ୍ୟ ବୃଦ୍ଧି ଯୋଗୁ, ବ୍ୟବସାୟରେ ନିରନ୍ତର ଅଭିବୃଦ୍ଧି ସହିତ ନିଜର ଉତ୍ପାଦନ ବିପଣନ କ୍ଷମତାକୁ ବୃଦ୍ଧି କରିବା ପାଇଁ ବୁଣାକାରର କାର୍ଯ୍ୟକାରୀ ପୁଞ୍ଜି ଆବଶ୍ୟକତାରେ ବୃଦ୍ଧି ଆଣିବା ଦରକାର ପଡୁଥିଲା ଏବଂ ଏଥିପାଇଁ ୫୦ ହଜାର ଟଙ୍କା ଯଥେଷ୍ଟ ହେଉ ନ ଥିଲା। ତେଣୁ ଋଣ ରାଶିକୁ ୫୦ ହଜାର ଟଙ୍କାରୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବାର ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।
ଏହି ଯୋଜନାର ନିମାନୁଯାୟୀ ବୁଣାକାରମାନେ ସେମାନଙ୍କର ଆବଶ୍ୟକତା ଅନୁଯାୟୀ କାର୍ଯ୍ୟକାରୀ ପୁଞ୍ଜି ବିନା ସୁଧରେ ଋଣ ଆକାରରେ ବ୍ୟାଙ୍କରୁ ପାଇପାରିବେ। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ଏହି ଯୋଜନା ଦ୍ୱାରା ହିତାଧିକାରୀଙ୍କ ଆୟ ଏବଂ ଜୀବନଧାରଣ ମାନ ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri