Posted inଖେଳ

ଅମ୍‌ଲାଙ୍କ ସନ୍ନ୍ୟାସ

ଜୋହାନ୍ସବର୍ଗ,୯।୮- ଦକ୍ଷିଣ ଆଫ୍ରିକା ଦଳର ଓପନିଂ ବ୍ୟାଟ୍ସମ୍ୟାନ ହାସିମ ଅମ୍‌ଲା ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କ ୧୫ ବର୍ଷର ଲମ୍ବା କ୍ୟାରିୟର ଶେଷ ହୋଇଛି। ପ୍ରଥମତଃ ମୋତେ ଦକ୍ଷିଣ ଆଫ୍ରିକା ଦଳ ପକ୍ଷରୁ ଖେଳିବାକୁ ସୁଯୋଗ ଦେଇଥିବାରୁ ଧନ୍ୟବାଦ। ମୋ କ୍ୟାରିୟରରେ ମୁଁ ବହୁତ କିଛି ଶିକ୍ଷା କରିବା ସହ ନୂଆ ବନ୍ଧୁ ପାଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ ଦଳୀୟ ସଦସ୍ୟଙ୍କ ସହ ଭଲ ପାଇବା ବାଣ୍ଟିଛି ବୋଲି ଅମ୍‌ଲା ଅବସର ଘୋଷଣା ଅବସରରେ କହିଛନ୍ତି। ସବୁ ଫର୍ମାଟକୁ ମିଶାଇ ସେ ମୋଟ ୩୪୯ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ୧୮,୬୭୨ ରନ୍‌ କରିଛନ୍ତି। ଏଥିରେ ୫୫ ଶତକ ଓ ୮୮ ଅର୍ଦ୍ଧଶତକ ରହିଛି। ସେ ଦେଶର ଏକମାତ୍ର କ୍ରିକେଟର ଭାବେ ଟେଷ୍ଟ ଫର୍ମାଟରେ ଟ୍ରିପଲ ଶତକ ଲଗାଇଛନ୍ତି। ଏହାବାଦ୍‌ ଦିନିକିଆ କ୍ରିକେଟରେ ୨୦୦୦, ୩୦୦୦, ୪୦୦୦, ୫୦୦୦, ୬୦୦୦ ଓ ୭୦୦୦ ରନ୍‌ କରିବାରେ ଦ୍ରୁତତମ କ୍ରିକେଟର ହେବାର ରେକର୍ଡ ତାଙ୍କ ନାମରେ ରହିଛି। ଏକଦା ଦିନିକିଆରେ ଅଯୋଗ୍ୟ ବିବେଚିତ ହେଉଥିବା ବ୍ୟାଟ୍ସମ୍ୟାନ ୪୯.୪୭ ଆଭରେଜରେ ୮୧୧୩ ରନ୍‌ କରି କ୍ୟାରିୟର ଶେଷ କରିଛନ୍ତି। ଏଥିରେ ୨୭ ଶତକ ରହିଛି, ଯାହାକି ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ସର୍ବାଧିକ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri