Posted inଖେଳ

‘ଭାରତ-ପାକିସ୍ତାନ ମ୍ୟାଚ ଅପେକ୍ଷା ମୋ ମା’ ଅଧିକ ଗୁରୁତ୍ୱପୂର୍ଣ୍ଣ’

ଅହମ୍ମଦାବାଦ,୧୩।୧୦: ଦିନିକିଆ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପରବର୍ତ୍ତୀ ମ୍ୟାଚ ପାକିସ୍ତାନ ସହ ଅଛି। ସମଗ୍ର ବିଶ୍ୱରେ କ୍ରିକେଟ ପ୍ରଶଂସକମାନେ ଏହି ମ୍ୟାଚ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ତେବେ ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା କହିଛନ୍ତି ଯେ, ଏହି ମ୍ୟାଚ ଅପେକ୍ଷା ତାଙ୍କ ମା’ ତାଙ୍କ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ।
ବୁମରା ନିଜ ଘର ଅହମ୍ମଦାବାଦରେ ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ୧୩୨,୦୦୦ ପ୍ରଶଂସକଙ୍କ ସାମ୍ନାରେ ପାକିସ୍ତାନ ବିପକ୍ଷରେ ଖେଳିବେ। ତେବେ ୨୯ ବର୍ଷୀୟ ଦ୍ରୁତ ବୋଲରଙ୍କ ପାଇଁ ପରିବାର ପ୍ରଥମେ ଆସେ। ବୁଧବାର ଆଫଗାନିସ୍ତାନ ବିପକ୍ଷରେ ଭାରତ ଏକ ଆଠ ଉଇକେଟ ବିଜୟ ହାସଲ କରିଛି। ଏଥିରେ ବୁମ୍‌ରା ୩୯ ରନ ଦେଇ ଚାରିଟି ଉଇକେଟ ନେଇ ଭାରତର ବିଜୟରେ ଉଲ୍ଲେଖନୀୟ ଅବଦାନ ଦେଇଥିଲେ। ଏହି ମ୍ୟାଚ ପରେ ସେ କହିଛନ୍ତି,ମୁଁ କିଛି ସମୟ ଦିନ ହେବ ବାହାରେ ଅଛି। ଘରେ ମା’ଙ୍କୁ ଦେଖି ମୁଁ ଖୁସି ହେବି। ମୁଁ ସେମାନଙ୍କୁ ଦେଖିବାକୁ ଯାଉଛି। ଏହା ମୋ ପାଇଁ ପ୍ରଥମ ଗୁରୁତ୍ୱପୂର୍ଣ୍ଣ ବିଷୟ। ଏହା ପରେ ହିଁ ବୁମ୍‌ରା ଅହମ୍ମଦାବାଦରେ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ଖେଳିବେ।
୫ ବର୍ଷ ବୟସ ପୂର୍ବରୁ ତାଙ୍କ ବାପା ହଠାତ୍‌ ମୃତ୍ୟୁବରଣ କରିବା ପରେ, ବୁମ୍‌ରାଙ୍କୁ ତାଙ୍କ ମା’ ଦଲଜିତ୍‌ ଲାଳନପାଳନ କରିଥିଲେ। ଦଲଜିତ୍‌ ଜଣେ ସ୍କୁଲ ପ୍ରିନ୍ସପାଲ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri