ବରିଷ୍ଠ ନାଗରିକଙ୍କ ଘରୁ ସୁନାଗହଣା, ଟଙ୍କା ଚୋରି

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ): ବଡ଼ବଜାର ଥାନା ଅଧୀନ ହର୍ଷ ବିହାରରେ ରହୁଥିବା ଜଣେ ବରିଷ୍ଠ ନାଗରିକଙ୍କ ଘରୁ ଏକ ଲୁଟେରା ଗ୍ୟାଙ୍ଗ କଳାକନା ବୁଲାଇଛନ୍ତି। ଏନେଇ ଘର ମାଲିକ ଭରତ ସାହୁ(୬୩) ବଡ଼ବଜାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା(ନଂ.୩୮୯/୨୩) ରୁଜୁ କରି ଅଞ୍ଚଳରେ ଲାଗିଥିବା ସିସି ଟିଭି ଫୁଟେଜ ସଂଗ୍ରହ କରି ତଦନ୍ତ ଚଳାଇଛି। ଅନ୍ୟପକ୍ଷେ ପୋଲିସ ନିକଟରେ ଜେଲରୁ ଜାମିନରେ ଆସିଥିବା କେତେକ ପେଷାଦାର ଲୁଟେରାଙ୍କ ଉପରେ ନଜର ରଖିଛି।

ମିଳିଥିବା ସୂଚନା ମୁତାବକ, ଗତ ସେପ୍ଟମ୍ବର ୨୭ ତାରିଖରେ ଭରତ ତାଙ୍କ ପରିବାର ସହ କୌଣସି କାମରେ ଦିଲ୍ଲୀ ଯାଇଥିଲେ। ଯିବା ପୂର୍ବରୁ ସେ ଘରେ ତାଲା ପକାଇବା ସହ ଗ୍ରୀଲରେ ମଧ୍ୟ ତାଲା ଦେଇଥିଲେ। ସେ ଗତ ୧୧ ତାରିଖ ରାତିରେ ଘରକୁ ଫେରିଥିଲେ। ସେତିକିବେଳେ ଘର ଗ୍ରୀଲ ତାଲା ଭଙ୍ଗା ଯାଇଥିବା ବେଳେ ଘରର ମୁଖ୍ୟ କବାଟ ମଧ୍ୟ ଖୋଲା ଥିବା ଦେଖିବାକୁ ପାଇଥିଲେ। ଭାରତ ଏବଂ ତାଙ୍କ ପରିବାର ଲୋକ ଭିତରକୁ ଯାଇ ଦେଖିବା ବେଳେ ଅଲମାରୀ ଖୋଲା ରହିଥିଲା। ଏପରିକି ଘର ଭିତରେ ବିଭିନ୍ନ ଜିନିଷ ବିଛେଇ ହୋଇ ପଡ଼ିଥିଲା। ଏପରିକି ଆଲମାରୀରେ ଥିବା ଦୁଇଟି ସୁନା ମୁଦି, ଦୁଇ ହଳ ସୁନା କାନଫୁଲ, କିଛି ରୁପା ସାମଗ୍ରୀ ସହ ନଗଦ ୩୦ ହଜାର ଟଙ୍କା ନ ଥିଲା। ଏନେଇ ସେ ବଡବଜାର ଥାନା ପୋଲିସକୁ ଖବର କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ସହାୟତାରେ ଛାନ୍‌ଭିନ୍‌ ଚଳାଇଛି। ସହରରେ ଏବେ ଦିନକୁ ଦିନ ଚୋରି ବଢ଼ିବା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri